ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର। ଏହି ଆସନରୁ ପ୍ରଥମ ଥର ପାଇଁ ସେ ପ୍ରାର୍ଥିପତ୍ର ଦାଖଲ କରିବେ। ଏହା ପୂର୍ବରୁ ସେ ୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ।
ଗୁରୁବାର ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଟିଟିଲାଗ ପହଞ୍ଚିବା ପରେ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ର୍ପାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Share