ରମାକାନ୍ତଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆଜି ସ୍ବର୍ଗଦ୍ୱାରରେ ହେବ ଶେଷକୃତ୍ୟ

ଭୁବନେଶ୍ୱର,୧୭ା୩: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଖାରବେଳନଗସ୍ଥିତ ତାଙ୍କ ବାସଭବନରେ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ସୂଚନାଯୋଗ୍ୟ, ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ କବି । ସେ କଟକଠାରେ ୧୯୩୪ରେ ଜନ୍ମ ନେଇଥିଲେ। ସେ ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲ । ଏହି ସମୟରେ ତାଙ୍କର କେତେ ଦିନର(୧୯୬୨), ସନ୍ଦିଗ୍ଧ, ମୃଗୟା(୧୯୭୧), ସପ୍ତମ ଋତୁ(୧୯୭୭), ସଚିତ୍ର ଅନ୍ଧାର(୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ରେ ତାଙ୍କ କବିତା ସଂକଳନ ସପ୍ତମ ଋତୁପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ପାଇଁ ସେ ସରସୱତୀ ସମ୍ମାନରେ ସମ୍ମାନିତ ହୋଇଥିଲେ। ଏହି କାବ୍ୟଗ୍ରନ୍ଥ ଇଂରାଜୀ ଓ ଆଠଟି ଭାରତୀୟ ଭାଷାରେ ଅନୁଦିତ ।

୧୯୫୭ରୁ ସେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ସଚିବ ଥିଲେ । ୧୯୯୩-୧୯୯୮ ଯାଏ ସେକେନ୍ଦ୍ର ସାହିତ୍ୟ ଏକାଡେମୀର ଉପସଭାପତି ଓ ୧୯୯୮-୨୦୦୩ ଯାଏ ତାହାର ସଭାପତି ଭାବରେ କାମ ତୁଲାଇଥିଲେ ।

ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଷ୍ଟିଲ୍‌ରେ ଅଘଟଣ: ୮ ଶ୍ରମିକ ଆହତ

ଯାଜପୁର,୨୧।୩: ଯାଜପୁର ଜିଲା କଳିଙ୍ଗନଗର ସ୍ଥିତ ଟାଟା ଷ୍ଟିଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଷ୍ଟିଲ ମେଲ୍‌ଟିଂ ସପ୍‌ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି।...

ଛେଚିବ କୁଆପଥର ବର୍ଷା: ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର,୨୧ା୩: ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ୯ ଜିଲାରେ କୁଆପଥର ବର୍ଷା ନେଇ ଅନୁମାନ କରାଯାଛି। ଏହାସହ ୩ ଜିଲାରେ...

ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ...

SC, ST ଇଞ୍ଜିନିୟରଙ୍କ ଅଣସଂରକ୍ଷିତ ପଦବୀରେ ପଦୋନ୍ନତି ସ୍ଥଗିତ

କଟକ,୨୧ା୩: ସାଧାରଣ ବର୍ଗର ଇଞ୍ଜିନିୟରମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରି, ଓଡ଼ିଶା ହାଇକୋର୍ଟ ସହକାରୀ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ପଦବୀରେ ପଦୋନ୍ନତି ପ୍ରଦାନ ପାଇଁ ପୂର୍ତ୍ତ...

କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ ଚାଲାଣ, ମାଡ଼ିବସିଲା ଅବକାରୀ ବିଭାଗ

ଭୁବନେଶ୍ୱର,୨୧ା୩: ରାଜଧାନୀ ଭୁବନେଶ୍ୱରରେ କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ। ଶୁକ୍ରବାର ଘାଟିକିଆରେ ଦେଶୀ ମଦ ଚାଲାଣ ବେଳେ ବିପୁଳ ପରିମାଣର ଦେଶୀମଦ ଜବତ କରିଛି...

ସୀମା ପୁନଃ ନିର୍ଦ୍ଧାରଣ ବୈଠକ: ଚେନ୍ନାଇ ଗଲେନି ନବୀନ, ପଠାଇଲେ ପ୍ରତିନିଧି

ଭୁବନେଶ୍ୱର,୨୧ା୩: ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର (୨୨ ମାର୍ଚ୍ଚ) ଚେନ୍ନାଇରେ ହେବାକୁ ଥିବା ସୀମା ପୁନଃ ନିର୍ଦ୍ଧାରଣ ସମ୍ପର୍କିତ ବୈଠକ...

ଜଷ୍ଟିସ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ,୨୧ା୩: ବିଚାରପତି ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି...

ବେଆଇନ ହୁକା ବାର୍ ଉପରେ ଚଢାଉ; ତମାଖୁ, ଧୂମପାନ ସାମଗ୍ରୀ ଜବତ

ବ୍ରହ୍ମପୁର,୨୧ା୩: ସହରରେ ଚାଲିଥିବା ବେଆଇନ ହୁକା ବାର୍ ଉପରେ ଏକାଧିକ ଚଢାଉ କରି ହୁକା ପାତ୍ର, ତମାଖୁ ଉତ୍ପାଦ ଏବଂ ଅନ୍ୟାନ୍ୟ ଧୂମପାନ ସାମଗ୍ରୀ ଜବତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image