ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ: ସ୍ଥିତି ଅନୁଧ୍ୟାନ କଲେ, ଆହତଙ୍କୁ ଭେଟିଲେ

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ତଦାରଖ କରିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳ ଅନୁଧ୍ୟାନ କରିବା ପରେ ସେ ବାଲେଶ୍ୱର ମେଡିକାଲ କଲେଜକୁ ଯାଇ ଆହତଙ୍କୁ ଭେଟିଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Share