ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୬(ଅସମାପିକା ସାହୁ): ବାଲେଶ୍ୱର ଜିଲାର ୩ଜଣ ରୋଗୀ ଯଥା ଖନ୍ତାପଡ଼ାର କିରଣ କୁମାର ମଲ୍ଲିକ, ଖନ୍ତାପଡ଼ାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ (Duchenne Muscular Dystrophy)ରେ ପୀଡ଼ତ ଅଛନ୍ତି। ସେମାନଙ୍କ ଉତ୍ତମ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଉପରୋକ୍ତ ତିନି ରୋଗୀଙ୍କୁ ପ୍ରତ୍ୟେକ ଏକକାଳୀନ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ମଞ୍ଜୁର କରାଯାଇଛି।
ସୂଚନାଯୋଗ୍ୟ, ଏହି ରୋଗର ଚିକିତ୍ସା ଅତ୍ୟନ୍ତ ବ୍ୟୟବହୁଳ ଅଟେ।

Share