ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଓ ଉପକୂଳ ଆଡେ ମୁହାଁଇଛି ସାଇକ୍ଲୋନ ‘ଦାନା’। ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ଭିତରକନିକା-ଧାମରା ପାଖରେ ‘ଦାନା’ ଲ୍ୟାଣ୍ଡଫଲ କରିବ। ଭିତରକନିକା-ଧାମରା ପାଖରେ ଉପକୂଳ ଅତିକ୍ରମ କରିବ। ଏଥିପାଇଁ ହାଜାର ହଜାର ଲୋକଙ୍କୁ ସ୍ଥରାନାନ୍ତର କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ସ୍ଥିତି ସମୀକ୍ଷା କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ କଥା ହୋଇଛି। ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସମ୍ପର୍କରେ ଉଭୟ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଏହା ସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆ ଯାଇଥିବା ସୁରକ୍ଷା ବଳ, NDRF, ODRAF ଆଦି ମୁତୟନ ସମ୍ପର୍କରେ ମଧ୍ୟ ସୂଚନା ଦେଇଥିଲେ। ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି ।
‘ବାତ୍ୟା’ ଦାନା ୨୪ ରାତିରୁ ୨୫ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ବେଳେ ସମୁଦ୍ରରେ ଉଚ୍ଚ ଜୁଆର ଆସିପାରେ। କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଉପକୂଳରେ ଜୁଆର ଆସିବ। ଉକ୍ତ ୩ ଜିଲ୍ଲାରେ ୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ସେହିପରି ଜଗତସିଂହପୁର ଜିଲ୍ଲାରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ଉକ୍ତ ଜିଲ୍ଲାରେ ନଦୀ ମଧ୍ୟରେ ମଧ୍ୟ ଜୁଆର ମାଡ଼ିଯିବ । ନଦୀରେ ପ୍ରାୟ ୩ କିମି ଉପର ଯାଏ ଜୁଆର ଆସିପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲ୍ୟାଣ୍ଡଫଲ୍‌ କଲା ଦାନା: ଆରମ୍ଭ ହେଲାଣି ବର୍ଷା ସାଙ୍ଗକୁ ଜୋରଦାର ପବନ 

ଭୁବନେଶ୍ୱର,୨୫/୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ...

ଘଣ୍ଟାକୁ ୧୩ କିମି ବେଗରେ ମାଡ଼ିଆସୁଛି ଦାନା: ମୁଖ୍ୟମନ୍ତ୍ରୀ କହିଲେ, ମୁକାବିଲା ପାଇଁ ଆମେ ପ୍ରସ୍ତୁତ 

ଭୁବନେଶ୍ୱର,୨୫/୧୦:ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା। ଘଣ୍ଟାକୁ ୧୩ କିମି ବେଗରେ ଉପକୂଳକୁ ମାଡ଼ିଆସୁଛି। ସେହିପରି...

ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପାଇଁ କାଉଣ୍ଟଡାଉନ ଆରମ୍ଭ: ପାରାଦୀପଠାରୁ ମାତ୍ର ୮୦ କିମି ଦୂରରେ…

ଭୁବନେଶ୍ୱର,୨୪।୧୦: ସାମୁଦ୍ରିକ ଝଡ଼ ‘ଦାନା’ କୂଳଆଡକୁ ମାଡି ଆସୁଥିବା ବେଳେ ଲ୍ୟାଣ୍ଡଫଲ ପ୍ରକ୍ରିୟାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ବାତ୍ୟା ପାରାଦୀପଠାରୁ ୮୦ କିମି ଦୂରରେ ରହିଥିବା...

ମନ୍ତ୍ରୀଙ୍କ ବଡ଼ ସୂଚନା: ବାତ୍ୟା ସମୟରେ ନେଟ୍‌ୱର୍କ ନ ଆସିଲେ…

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ।...

ଡ଼.ନିବେଦିତା ନାଥଙ୍କୁ ଭାରପ୍ତାପ୍ତ କୁଳପତି ଦାୟିତ୍ୱ

ଭବାନୀପାଟଣା,୨୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷା ଡ଼. ନିବେଦିତା ନାଥଙ୍କୁ ବିଶ୍ୱ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି...

ବଡ଼ ଅପଡେଟ୍‌: ଭୀଷଣ ବାତ୍ୟା ସମୟରେ ଏହି ୧୧ ଜିଲାକୁ ମାଡି ଆସିବ…ହୋଇଯାଆନ୍ତୁ ସତର୍କ

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ...

ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନ:ପୁଣି ଦବିଲା ଯୋଡ଼ା ଫ୍ଲାଏ ଓଭର

ଯୋଡ଼ା,୨୪ା୨୦(ମାନସ ମହାନ୍ତି): କେନ୍ଦୁଝର ଜିଲାର ସୁଦୀର୍ଘ ଫ୍ଲାଏ ଓଭର ନିର୍ମାଣର ବର୍ଷେ ନ ପୁରୁଣୁ ବାରମ୍ବାର ଦବୁଛି। ଏହାଦ୍ୱାରା ଯାତାୟାତରେ ବହୁ ସମସ୍ୟା ଉପୁଜୁଛି। ଗୁରୁବାର...

ଶୁକ୍ରବାର ଏହି ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୪।୧୦: ଶୁକ୍ରବାର କନ୍ଧମାଳ ଜିଲାରେ ବନ୍ଦ ରହିବ ସ୍କୁଲ। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଜିଲା ଶିକ୍ଷାଧିକାରୀ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି। ଏହା ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri