ଜାତୀୟସ୍ତରରେ କୋଭିଡ୍‌ ମୁକାବିଲା ଲାଗି ସହଯୋଗ କରିବ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଫୋନ୍‌ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଛନ୍ତି। ଦେଶର କୋଭିଡ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ମୋଦିଙ୍କ ସହ ଆଲୋଚନା କରିଛନ୍ତି। ବର୍ତ୍ତମାନ କୋଭିଡ୍‌ ଯୁଦ୍ଧ ଭଳି ସ୍ଥିତି ସୃଷ୍ଟି କରିଛି। ଜାତୀୟସ୍ତରରେ କୋଭିଡ୍‌ ମୁକାବିଲା ଲାଗି ଓଡ଼ିଶା ସହଯୋଗ କରିବ। ଅକ୍ସିଜେନ ଅଭାବ ପୂରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟମାନଙ୍କୁ ସହଯୋଗ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Share