ବାତ୍ୟା ପ୍ରଭାବିତ ଅଞ୍ଚଳରେ ଏରିଏଲ୍‌ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ଅପରାହ୍ନ ସାଢେ ୧୨ଟାରେ ମୁଖ୍ୟମନ୍ତ୍ରୀ ଏରିଏଲ୍‌ ସର୍ଭେ କରିବେ ବୋଲି ଜଣାପଡ଼ିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କରିବେ। ଏନେଇ ଚିଠିଲେଖି ସଂପୃକ୍ତ ଜିଲାର ଜିଲାପାଳମାନଙ୍କୁ ସୂଚନା ଦିଆଯାଇଛି। ତେବେ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କିଛି ପ୍ୟାକେଜ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏହା ପୂର୍ବରୁ ବୁଧବାର ବାତ୍ୟା ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ। ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ ଦିଆଯିବ ବୋଲି ଘୋଷଣା କରିଥିଲେ। ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡିକୁ ୨୪ ଘଣ୍ଟା ମଧ୍ୟରେ ମରାମତି କରାଯିବ ଏବଂ ପ୍ରଭାବିତ ଜିଲାରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ବାଭାବିକ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

Share