୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୧ା୧୦(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାରଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଆସିବେ। ଗସ୍ତ ଅବସରରେ ସେ ନବମୀ ଓ ଦଶମୀରେ ବିଭିନ୍ନ ପୂଜାମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଏଥିସହ ଦଶହରା ଅବସରରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବେ।

ମୁଖ୍ୟମନ୍ତ୍ରୀ ଅକ୍ଟୋବର ୧୨ ଶନିବାର ଅପରାହ୍ନ ୩ଟା୫୦ରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଚାଟାର ପ୍ଲେନ୍‌ ଯୋଗେ କେନ୍ଦୁଝର ଅଭିମୁଖେ ବାହାରିବେ। ଅପରାହ୍ନ ୪ଟା୩୫ରେ କେନ୍ଦୁଝର ରାଇସୁଆଁ ଏୟାରଷ୍ଟ୍ରିପ୍‌ରେ ପହଞ୍ଚତ୍ବେ। ସେଠାରୁ ସଡ଼କ ପଥରେ କେନ୍ଦୁଝର ସର୍କିଟ ହାଉସ୍‌ରେ ପହଞ୍ଚତ୍ବେ।

ସା ୬ଟାରେ ବଁାପାରସ୍ଥିତ ସାଇ ମନ୍ଦିର ଯିବେ। ପରେ ନିଉ କଲୋନିସ୍ଥିତ ଦୁର୍ଗାମଣ୍ଡପରେ ଅନୁଷ୍ଠିତ ଦୁର୍ଗାପୂଜା, ଟେଲିଫୋନ ଏକ୍ସଚେଞ୍ଜ ଛକ ଦୁର୍ଗାପୂଜା ମଣ୍ଡପ, ଗୁଜରାଟୀ ସମାଜ ପକ୍ଷରୁ ନବରାତ୍ରି ଉତ୍ସବ-୨୦୨୪ରେ ସାମିଲ ହେବେ।

ସେଠାରୁ ଫେରି ସର୍କିଟ ହାଉସ୍‌ରେ ରାତ୍ରିଯାପନ କରିବେ। ୧୩ ତାରିଖ ରବିବାର ରାଇକଳାସ୍ଥିତ ନିଜ ଘରକୁ ଯିବେ। ସେଠାରୁ ମଧ୍ୟାହ୍ନରେ ଝୁମ୍ପୁରା ଦୁର୍ଗାପୂଜା ମଣ୍ଡପ, ଅପରାହ୍ନରେ ସୁନାରିପଶି ଦୁର୍ଗାପୂଜା ମଣ୍ଡପ, ଉଖୁଣ୍ଡା ଦୁର୍ଗାପୂଜା ମଣ୍ଡପ ବୁଲି ମା’ଙ୍କ ଦର୍ଶନ କରିବେ।

କେନ୍ଦୁଝର ସର୍କିଟ୍‌ ହାଉସ୍‌ରେ ରାତ୍ରି ରହଣି କରି ସୋମବାର ଚାଟାର ପ୍ଲେନ୍‌ ଯୋଗେ ଭୁବନେଶ୍ୱର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ। ସୂଚନା ଥାଉକି, ନବମୀ, ଦଶମୀରେ ଦୁର୍ଗାପୂଜା ମଣ୍ଡପ ବୁଲିବା ପାଇଁ କେନ୍ଦୁଝରର ବିଭିନ୍ନ ପୂଜା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା। ନିମନ୍ତ୍ରଣ ରକ୍ଷାକରି ମୁଖ୍ୟମନ୍ତ୍ରୀ ବିଭିନ୍ନ ପୂଜା ମଣ୍ଡପ ବୁଲି ମା’ଙ୍କ ଆଶିଷ ନେବା ସହ ଲୋକଙ୍କ ସହ ମିଶିବେ।


Enter your email to get our daily news in your inbox.

All Right Reserved By Dharitri.Com

୧ କୋଟି ପୁରସ୍କାର ଘୋଷିତ ମାଓବାଦୀ ଗିରଫ

ମାଲକାନଗିରି,୧୬ା୧୦(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ପୋଲିସ ଦ୍ୱାରା ୧ କୋଟି ଟଙ୍କା ପୁରସ୍କାର ଘୋଷିତ ମହିଳା ମାଓବାଦୀ ବୁଧବାର ଗିରଫ ହୋଇଛନ୍ତି। ସେ ହେଲେ କଳ୍ପନା ଓରଫ...

ବ୍ୟବଚ୍ଛେଦ ପରେ ବାଘର ମୃତଦେହକୁ ପୋଡ଼ିଦେଲେ ବନ କର୍ମଚାରୀ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରେ ମଙ୍ଗଳବାର ଉଦ୍ଧାର ହୋଇଥିବା ମୃତ ବାଘର ବୁଧବାର ଶବ ବ୍ୟବଚ୍ଛେଦ ହୋଇଛି। ଭଟଲି...

ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ...

ବିଭିନ୍ନ ଜିଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି, ଜାଣନ୍ତୁ କେଉଁଠି କାହାର…

ଭୁବନେଶ୍ୱର, ୧୬ା୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା,...

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ...

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ...

ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri