ରାଜ୍ୟରେ ଭାଜପା ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ ବୋଲି ଜଣାପଡିଛି। ଏଥିସହ ଭାଜପାର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି

 

Share