ଭୁବନେଶ୍ୱର,୨୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ସରକାର ପୂର୍ବ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିପାଇଁ ପ୍ରଶାସନିକସ୍ତରରେ ଲଗାତର ବୈଠକ ଚାଲିଛି। ଏହିକ୍ରମରେ ଶନିବାର ଅପରାହ୍ନରେ ବାତ୍ୟା ମୁକାବିଲାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବାତ୍ୟା ମୁକାବିଲା ନେଇ କିଭଳି ପ୍ରସ୍ତୁତି କରାଯାଇଛି ସେନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର, ଉପକୂଳବର୍ତ୍ତୀ ଜିଲାର ଜିଲାପାଳ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ସାମିଲ ହେବେ ବୋଲି ଜଣାପଡ଼ିଛି।