ଭୁବନେଶ୍ଵର, ୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।
ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।
ଆଜି ବାତ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ଆକାଶମାର୍ଗରୁ ସ୍ଥିତିର ସମୀକ୍ଷା କଲି। ବାତ୍ୟା ପ୍ରଭାବରେ କିଛି ଅଞ୍ଚଳରେ ସାମାନ୍ୟ ବନ୍ୟା ପରିସ୍ଥିତି ଏବେ ବି ରହିଛି। ଏଥିପାଇଁ ସରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଛନ୍ତି।
ପ୍ରଭାବିତ ଜିଲ୍ଲାଗୁଡିକରେ କ୍ଷୟକ୍ଷତି ଆକଳନର ରିପୋର୍ଟ ପ୍ରସ୍ତୁତ କରିବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ… pic.twitter.com/u84oCFwMv0
— Mohan Charan Majhi (@MohanMOdisha) October 27, 2024