ଦାରିଙ୍ଗବାଡ଼ିରେ ପର୍ଯ୍ୟଟନର ବିକାଶ ପାଇଁ ୧୭ କୋଟି ୧୦ ଲକ୍ଷ ଟଙ୍କା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଦାରିଙ୍ଗବାଡ଼ି,୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାର ସମସ୍ତ ୧୨ଟି ବ୍ଲକରେ ସୋମବାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଦାରିଙ୍ଗବାଡ଼ି ବ୍ଲକର ମିନି ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ବିଡିଓ ଗଦାଧର ପାତ୍ର ପରିଚାଳନା କରିଥିବା ବେଳେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଉପସ୍ଥିତ ରହି ସିଧା ଭିଡିଓ ମାଧ୍ୟମରେ ନିଜ ବକ୍ତବ୍ୟ ଉପସ୍ଥାପନା କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଦାରିଙ୍ଗବାଡ଼ି ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ଋଷିମାଳ ପାହାଡ଼ର ବିକାଶ ସହ ଡୁଲୁରୀ ପାଇନବଣ, ଲଭର୍ସ ପଏଣ୍ଟ ଆଦିର ଉନ୍ନତି ପାଇଁ ୧୭ କୋଟି ୧୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର କରାଯାଉଥିବା ଘୋଷଣା କରିଥିଲେ। ସେ କହିଥିଲେ ମୁଖ୍ୟମନ୍ତ୍ରୀ ଦାରିଙ୍ଗବାଡ଼ିର ବିକାଶ ପାଇଁ ଆହୁରି ଅନେକ ଯୋଜନା କରିଛନ୍ତି। ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଭିକେ ପାଣ୍ଡିଆନ ପୂର୍ବରୁ ଯେଉଁ ୭ ଦିନ ମଧ୍ୟରେ ଖୁସି ଖବର ଶୁଣିବେ ବୋଲି କହିଥିଲେ। ସେହି ଲୋକଙ୍କ ସ୍ବପ୍ନକୁ ସରକାର ପୂରଣ କରିଥିବା ନେଇ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷଙ୍କ ସମେତ ଜିଲା ପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ, ପ୍ଲିହେରି ସରପଞ୍ଚ ପାଉଲ ପ୍ରଧାନ, ତହସିଲଦାର ଶରତ ଶବର, ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ର, ସିଡିପିଓ ଅଞ୍ଜଳି ମହାପାତ୍ର,ଏମ୍‌ପି ପ୍ରତିନିଧି ଅକ୍ଷୟ ନାୟକ, ବିଧାୟକ ପ୍ରତିନିଧି ଦୀପକ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଏଥିସହ ୨୫ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲ୍ଳକ ଅନ୍ତର୍ଗତ ମୌଳାଭଞ୍ଜା ପଞ୍ଚାୟତର ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ୧୫ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା...

ମୁମ୍ବାଇରେ ଓଡିଆ ଶ୍ରମିକ ମୃତ

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗଣିଆସାହିର ଜଣେ ଯୁବକଙ୍କ ମୁମ୍ବାଇରେ ଗୁରୁବାର ମୃତ୍ୟୁ ହୋଇଛି। ପରିବାର ଚଳାଇବା ପାଇଁ ସେ ଦାଦନ ଖଟିବାକୁ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା

ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର...

ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…

ପୁରୀ,୧୮ା୧୦(ଅଜିତ୍‌ କୁମାର ମହାନ୍ତି): କିଛିଦିନର ବ୍ୟବଧାନ ପରେ ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର...

ଝାରପଡ଼ା ଜେଲ୍‌ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ...

ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ

ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri