ଖଡ଼ଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା

ଭୁବନେଶ୍ୱର,୨୦ା୭(ଅସମାପିକା ସାହୁ): ଖଡ଼ଗ ନଦୀରେ ନିର୍ମାଣ ହେବ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ। ଏହି ପ୍ରକଳ୍ପ ଦ୍ବାରା ତିନୋଟି ଜିଲା ବୌଦ୍ଧ ଜିଲାର କଣ୍ଟାମାଳ ବ୍ଲକ, କନ୍ଧମାଳ ଜିଲାର ବାଲିଗୁଡ଼ା ବ୍ଲକ ଓ ବଲାଙ୍ଗୀର ଜିଲାର ଗୁଡ଼ଭେଲା ବ୍ଲକର ପ୍ରାୟ ୨୦ ହଜାରରୁ ଅଧିକ ଲୋକ ଉପକୃତ ହେବେ।

ଏହି ଯୋଜନାରେ ବାଲିଗୁଡା ବ୍ଲକର ଲଡଗାଁ ଗ୍ରାମ ନିକଟରେ ପ୍ରାୟ ୧୨୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ଯ୍ୟ କରାଯିବ। କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପ ନିର୍ମାଣ କରାଯିବ ଓ ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରାଦିନେ ଏହି ଅଞ୍ଚଳର ପାନୀୟ ଜଳର ଆବଶ୍ୟକତା ପୂରଣ, ମାଛ ଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ୟ ବିଶେଷ ସହାୟକ ହେବ।

ସୂଚନାଯୋଗ୍ୟ, ଚଳିତ ମାସ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲା ଗସ୍ତ ସମୟରେ ସ୍ଥାନୀୟ ଜନସାଧାରଣ ଖଡ଼ଗ ନଦୀରେ ଏକ ବ୍ୟାରେଜ ନର୍ମାଣ ପାଇଁ ଦାବିପତ୍ର ଦେଇଥିଲେ। ଏ ସମ୍ପର୍କରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ଜନସାଧାରଣଙ୍କ ଦାବି ସମ୍ପର୍କରେ ଅବଗତ କରାଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଅନୁରୋଧକୁ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri