ଭୁବନେଶ୍ୱର,୩।୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ ପାଣ୍ଠିରୁ ସହାୟତା ଦିଆଯିବ। ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ସହାୟତା ମିଳିବ। ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି। ୨ ଲକ୍ଷ ୯୧ ହଜାର ହେକ୍ଟର ଫସଲ କ୍ଷତି ହୋଇଥିବା ବେଳେ ୨୯୧ କୋଟି ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।