ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି, ଜାଣନ୍ତୁ କେଉଁ ବିଭାଗରେ ମିଳିବ ସୁଯୋଗ

ଭୁବନେଶ୍ୱର,୨୪ା୧: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ବଜେଟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ। ବିଶେଷକରି IT, ପେଟ୍ରୋ କେମିକାଲ୍ସ, ଆଗ୍ରୋ ଇଣ୍ଡିଷ୍ଟ୍ରିକୁ ଗୁରୁତ୍ୱ ଦିଆଯିବ।  ଓଡ଼ିଶାରେ କିପରି ଆମର ଜିଡିପି ବଢିବ ସେଥିପାଇଁ ଆମେ କୃଷି ଭିତ୍ତିକ ଶିଳ୍ପ ଉପରେ ଗୁରୁତ୍ୱ ଦେଉଛୁ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ସେଥିପାଇଁ ବିକଶିତ ଗାଁ ବିକଶିତ ଓଡ଼ିଶା ଭଳି ଯୋଜନା ଆରମ୍ଭ କରିବାକୁ ଯାଉଛୁ। ଆଗାମୀ ବର୍ଷରେ ଗାଁରେ କିଭଳି ଆର୍ଥିକ ସ୍ଥିତି ମଜବୁତ୍ ହେବ, ଗାଁରେ ଆୟର ସୋର୍ସ ତିଆରି କରିବା ପାଇଁ ସରକାର ଯୋଜନା କରିଛନ୍ତି । ଗାଁ ଲୋକ ଯେପରି ଆଉ ସହରକୁ ଆସିବେ ନାହିଁ ସେଥିପାଇଁ ବିକଶିତ ଗାଁ ବିକଶିତ ଓଡ଼ିଶାରେ ଫୋକସ୍‌ କରାଯାଉଛି ।

ସେହିପରି ଶ୍ରମିକ, ଚାଷୀ, ନିଯୁକ୍ତି କ୍ଷେତ୍ରରେ ଆଶା ରଖିଥିବା ବେକାର ଯୁବକ, ସରକାରୀ ପଦବୀ ପୂରଣ ଭଳି କ୍ଷେତ୍ର ବଜେଟରେ ପ୍ରତିଫଳିତ ହେବ । ୨୦ ହଜାର ନିଯୁକ୍ତି ଦେଇ ସାରିଛୁ । ଚଳିତ ଆର୍ଥିକ ବର୍ଷ ଆହୁରି ୨୦ ହଜାର ନିଯୁକ୍ତି ଦେବୁ । ଆଗକୁ ୨ ବର୍ଷ ମଧ୍ୟରେ ୬୫ ହଜାରରୁ ଅଧିକ ପଦବୀ ପୂରଣ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକ ବଜେଟ୍‌ ପାଇଁ ମତାମତ ଦେଇ ପାରିବେ। ସାଧାରଣ ଲୋକଙ୍କ ପାଇଁ କିପରି ବଜେଟରେ ଗୁରୁତ୍ୱ ମିଳିବ ସେ ନେଇ ବଜେଟ ପ୍ରସ୍ତୁତ ସମୟରେ ଚିନ୍ତା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ବାଜିଲା ମୋହର: ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର,୨୧।୩: ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ...

ଗଞ୍ଜେଇ ଜବତକରି ଫେରୁଥିଲେ, ପଛପଟୁ ମାଡ଼ିଆସି ଗ୍ରାମବାସୀ:  ଢେଲା ପଥର ମାଡ଼ରେ ୨୬ ପୋଲିସ କର୍ମଚାରୀ ଆହତ 

ମୋହନା,୨୧।୩:(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଯୁବ ପଞ୍ଚାୟତ ପିଡିଆରି ଗାଁରେରେ ଗୁରୁବାର ରାତିଅଧରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜେଇ ଜବତ ବେଳେ...

ପଞ୍ଚାୟତର ୪୩ଲକ୍ଷ ଟଙ୍କା ହଡପ ଘଟଣା: ବନ୍ଧା ହୋଇ ଜେଲ ଗଲେ ପିଇଓ

ବ୍ରହ୍ମପୁର,୨୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତକୁ ବିଭିନ୍ନଭତ୍ତା ଓ ସରକାରୀ ଯୋଜନାରେ ଆସିଥିବା ୪୩ଲକ୍ଷ ୧ହଜାର ୬୪୦ ଟଙ୍କା ହଡପ...

ଟାଟା ଷ୍ଟିଲ୍‌ରେ ଅଘଟଣ: ୮ ଶ୍ରମିକ ଆହତ

ଯାଜପୁର,୨୧।୩: ଯାଜପୁର ଜିଲା କଳିଙ୍ଗନଗର ସ୍ଥିତ ଟାଟା ଷ୍ଟିଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଷ୍ଟିଲ ମେଲ୍‌ଟିଂ ସପ୍‌ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି।...

ଛେଚିବ କୁଆପଥର ବର୍ଷା: ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର,୨୧ା୩: ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ୯ ଜିଲାରେ କୁଆପଥର ବର୍ଷା ନେଇ ଅନୁମାନ କରାଯାଛି। ଏହାସହ ୩ ଜିଲାରେ...

ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ...

SC, ST ଇଞ୍ଜିନିୟରଙ୍କ ଅଣସଂରକ୍ଷିତ ପଦବୀରେ ପଦୋନ୍ନତି ସ୍ଥଗିତ

କଟକ,୨୧ା୩: ସାଧାରଣ ବର୍ଗର ଇଞ୍ଜିନିୟରମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରି, ଓଡ଼ିଶା ହାଇକୋର୍ଟ ସହକାରୀ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ପଦବୀରେ ପଦୋନ୍ନତି ପ୍ରଦାନ ପାଇଁ ପୂର୍ତ୍ତ...

କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ ଚାଲାଣ, ମାଡ଼ିବସିଲା ଅବକାରୀ ବିଭାଗ

ଭୁବନେଶ୍ୱର,୨୧ା୩: ରାଜଧାନୀ ଭୁବନେଶ୍ୱରରେ କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ। ଅବୈଧ ମଦ ଚୋରା ଚାଲାଣର ଏକ ନୂତନ ଉପାୟରେ ଚୋରା ମଦ ବ୍ୟବସାୟୀମାନେ ଥଣ୍ଡା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image