ବିଧାନସଭାରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ସୁଭଦ୍ରା ପାଇଁ ଟଙ୍କା ନେଉଥିଲେ…

ଭୁବନେଶ୍ୱର,୧୦।୯: ରାଜ୍ୟ ସରକାର ପ୍ରଣୟନ କରିଥିବା ସୁଭଦ୍ରା ଯୋଜନା ଫର୍ମ ସଂଗ୍ରହ ତଥା ପଞ୍ଜିକରଣ ପାଇଁ ଗତ କିଛିଦିନ ଧରି ଜନସେବା କେନ୍ଦ୍ରଗୁଡ଼ିକରେ ଭିଡ଼ ଜମୁଛି। ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ଡାଟାବେସରୁ ମିଳିଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ମଙ୍ଗଳବାର ସୁଦ୍ଧା ୧୫ ଲକ୍ଷରୁ ଅଧିକ ଫର୍ମ ପଞ୍ଜିକରଣ ହୋଇଛି। ତେବେ ଏହି ଯୋଜନା ଅନ୍ତର୍ଗତ ଆବେଦନ ଫର୍ମ ବିତରଣ ଓ ଅନଲାଇନ ପଞ୍ଜୀକରଣ କରିବା ପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ। ମାତ୍ର କେତେକ ସ୍ଥାନରେ ଅଙ୍ଗନବାଡି କର୍ମୀ, ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ଉଭୟ ଫର୍ମ ପାଇଁ ଓ ଅନଲାଇନରେ ଫର୍ମ ଅପଲୋଡ କରିବା ପାଇଁ ୫୦ ରୁ ୨୦୦ ଟଙ୍କା ଅର୍ଥ ଦାବି କରୁଥିବା ସୂଚନା ମିଳୁଛି। ଯେକୌଣସି ସ୍ଥାନରେ ସୁଭଦ୍ରା ଫର୍ମ ପାଇଁ ଅର୍ଥ ଦାବି କରାଯାଉଥିଲେ, ସେଥି ନିମନ୍ତେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବିଭାଗ ପକ୍ଷରୁ ସୂଚନା ଦିଅଯାଇଛି।

ତେବେ ମଙ୍ଗଳବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୧୭ତାରିଖରେ ‘ସୁଭଦ୍ରା’ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି। ସବୁ ହିତାଧିକାରୀ ଯେମିତି ଲାଭ ପାଇବେ ମୁଁ ତଦାରଖ କରିବି। ବିଧାନସଭାରୁ ମା’ ମାନଙ୍କୁ ପ୍ରତିଶ୍ରୁତି ଦେଲି। ସୁଭଦ୍ରା ଫର୍ମ ଓ ପଞ୍ଜୀକରଣ ପାଇଁ ଅର୍ଥ ଦାବି କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନ ଫର୍ମ ବିତରଣ ଓ ଅନଲାଇନ ପଞ୍ଜୀକରଣ ପାଇଁ କୌଣସି ଦେୟ ଦିଆଯିବ ନାହିଁ। ଟଙ୍କା ଦାବି ନେଇ ଆସିଥିବା ଅଭିଯୋଗ ସତ୍ୟ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ପ୍ରତି ଫର୍ମ ଅପଲୋଡ ପାଇଁ ରାଜ୍ୟ ସରକାର ୧୫ ଟଙ୍କା ଦେଉଛନ୍ତି। ଅର୍ଥ ଦାବି କଲେ କାରଣ ଦର୍ଶାଇ ଥାନାରେ ଅଭିଯୋଗ କରିପାରିବେ।

ସୂଚନାଥାଉକି, ନିକଟରେ ଆବେଦନ ଫର୍ମ ବଣ୍ଟନରେ ଅବହେଳା ଅଭିଯୋଗରେ ବାଲେଶ୍ୱର ଜିଲା ପ୍ରଶାସନ ଦ୍ୱାରା ଜଣେ ଅଙ୍ଗନବାଡି କର୍ମୀଙ୍କ ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇ ଏକ ମାସର ଦରମା ବନ୍ଦ କରା ଯାଇଛି । ସେହିଭଳି ଫର୍ମ ପଞ୍ଜିକରଣ ପାଇଁ ଅର୍ଥ ଦାବି କରିବା ଅଭିଯୋଗରେ କେନ୍ଦ୍ରାପଡ଼ା ଜିଲାର ଡେରାବିଶସ୍ଥିତ  ଜନସେବା କେନ୍ଦ୍ର ବିରୋଧରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଉକ୍ତ  ଜନସେବା କେନ୍ଦ୍ରକୁ ସାମୟିକ ବନ୍ଦ କରି ଦିଆଯାଇଛି। ଏହାସହ ହେଲ୍ପଲାଇନ ନମ୍ବରକୁ ଆସିଥିବା ଏକ କଲକୁ ଆଧାର କରି କଟକ ଜିଲା ଆଠଗଡ଼ର ଏକ ମୋ ସେବା କେନ୍ଦ୍ରରେ  ଫର୍ମ ବିକ୍ରି ଓ ପୂରଣ ବାବଦରେ ୧୦୦ ଟଙ୍କା ଅର୍ଥ ଦାବି ଅଭିଯୋଗ ବିରୋଧରେ  କଟକ ମହାନଗର ନିଗମ ପକ୍ଷରୁ ଏତଲା ଦାଖଲ ସହିତ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ମଙ୍ଗଳବାର ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି, ସୁଭଦ୍ରା ଫର୍ମର ସମସ୍ତ ପ୍ରକ୍ରିୟା, ସ୍କାନିଂ  ଓ ଅପଲୋଡ କରିବା ନିମନ୍ତେ ଜିଏସଟି ସହ ପ୍ରତି ଫର୍ମ ପାଇଁ  ୧୫ ଟଙ୍କା ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଉଦ୍ଦିଷ୍ଟ କେନ୍ଦ୍ରକୁ ପ୍ରଦାନ କରାଯାଉଛି। କୌଣସି କେନ୍ଦ୍ରରେ କେହି କର୍ମଚାରୀ କୌଣସି କାରଣ ଦର୍ଶାଇ ଅର୍ଥ ଦାବି କରିବା ଦୃଷ୍ଟିକୁ ଆସିଲେ ତୁରନ୍ତ ନିକଟସ୍ଥ ଥାନାରେ ଅଭିଯୋଗ କରିବା ପାଇଁ ପରାମର୍ଶ ଦିଆଯିବା ସହ ଉକ୍ତ କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ କୁହଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri