ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୮ା୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ଲାଗି ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରିଥିଲେ ସେମାନେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ସମୟରେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ ବୋଲି କୁହାଯାଇଛି।

Share