ସରକାରଙ୍କ ସମସ୍ତ ବିଭାଗ ଗୋଟିଏ ଟିମ୍‌ ହୋଇ କାମ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବ ମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି।

ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି ଅଭିବୃଦ୍ଧି ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ ଅଭିବୃଦ୍ଧି ତ୍ୱରାନ୍ୱିତ ହେଲେ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ପାଇବ। ବିଭିନ୍ନ ବିଭାଗ, ବିଶେଷ କରି ଭିତ୍ତିଭୂମି ନିର୍ମାଣ ଦାୟିତ୍ୱରେ ଥିବା ବିଭାଗ ଗୁଡିକ ଆବଶ୍ୟକ ସ୍ଥଳେ ଅଧିକ କୁଶଳୀ ଲୋକଙ୍କୁ ନିଯୁକ୍ତ କରି କାର୍ଯ୍ୟକ୍ରମ ଗୁଡିକୁ ଆଗେଇ ନେବା ଉଚିତ୍ ବୋଲି ସେ କହିଥିଲେ।

ଯେହେତୁ ରାଜ୍ୟ ସରକାର ୨୦୩୬ ଓ ୨୦୪୭ ପାଇଁ ବଡ ଭିଜନ୍ ରଖି କାମ ଆରମ୍ଭ କରିଛନ୍ତି, ତେଣୁ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଏହାକୁ ଦୃଷ୍ଟିରେ ରଖି ସମ୍ମିଳିତ ଭାବେ, ଟିମ୍ ସ୍ପିରିଟ୍ ନେଇ କାମ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବୈଠକରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଅପ୍ରେଲ-ଜୁଲାଇ ଅବଧିର ୨୦୨୩-୨୪ ଓ ୨୦୨୪-୨୫ ପାଇଁ ଏକ ତୁଳନାତ୍ମକ ଆୟ ବ୍ୟୟ ର ହିସାବ ଉପସ୍ଥାପନ କରିଥିଲେ। ଚଳିତ ଆର୍ଥିକ ବର୍ଷର ଅପ୍ରେଲ-ଜୁଲାଇ ଅବଧି ମଧ୍ୟରେ ସମୁଦାୟ ଆୟର ପରିମାଣ ୫୭,୦୮୫ କୋଟି ଟଙ୍କା ଥିବା ବେଳେ ଗତ ବର୍ଷ ସେହି ଅବଧି ମଧ୍ୟରେ ଆୟର ପରିମାଣ ୫୧,୨୩୪ କୋଟି ଟଙ୍କା ଥିଲା। ଏହି ପରିମାଣ ଗତ ବର୍ଷର ଏହି ଅବଧିର ଆୟ ଅପେକ୍ଷା ୧୧.୪୨ ପ୍ରତିଶତ ଅଧିକ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri