Posted inରାଜ୍ୟ

ସି.ଏମ୍‌. କିଷାନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୪୬ ଲକ୍ଷ ଓ ଭୂମିହୀନ

ସମ୍ବଲପୁର,୮।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ୍‌. କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ୱିନୀ ପ୍ରେକ୍ଷାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟିରୁ ଊଦ୍ଧ୍ୱର୍ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

ପ୍ରତ୍ୟକ୍ଷ ସୁବିଧା ହସ୍ତାନ୍ତର ମାଧ୍ୟମରେ ଏହି ସହାୟତା ରାଶି ହିତାଧିକାରୀଙ୍କ ବ୍ୟାଙ୍କ୍‌ଖାତାରେ ଜମା କରାଯାଇଛି। ପବିତ୍ର ନୂଆଁଖାଇ ଠାରୁ ଏହି ଯୋଜନା ଆରମ୍ଭ ହୋଇଥିବା ବେଳେ ଖରିଫ ଓ ରବି ଫସଲ ପୂର୍ବରୁ ଯୋଗ୍ୟ ହିତାଧିକାରୀମାନେ ଡିବିଟି ମାଧ୍ୟମରେ ଦୁଇଟି କିସ୍ତିରେ ମୋଟ ୪ ହଜାର ଟଙ୍କା ଆର୍ଥିକ ସହାୟତା ପାଇପାରିବେ।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ସି.ଏମ୍‌. କିଷାନ ପୋର୍ଟାଲ୍‌ ସହ କୃଷକ ଓଡ଼ିଶା ୟୁନିଫାଏଡ଼୍‌ ପୋର୍ଟାଲ୍‌ର ମଧ୍ୟ ଉନ୍ମୋଚନ କରିଛନ୍ତି। ଏହି ପୋର୍ଟାଲ ଅଧୀନରେ ସି.ଏମ୍‌. କିଷାନ୍‌ ସି.ଏମ୍‌. କିଷାନ୍‌ ଓ ପି.ଏମ୍‌. କିଷାନ ଯୋଜନାରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜୀକରଣ କରାଯାଇପାରିବ । ଏହାଛଡ଼ା ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍‌ କରିବାପାଇଁ ପି.ଏମ୍‌. କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ଆଜିଠାରୁ ଆରମ୍ଭ ହେବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟର ସମସ୍ତ ଚାଷୀ ଭାଇ ଭଉଣୀ ମାନଙ୍କୁ କୃଷି କ୍ଷେତ୍ରରେ ସଶକ୍ତ କରିବାର ମୂଳ ଲକ୍ଷ୍ୟ ରଖି ରାଜ୍ୟ ସରକାର ସର୍ବଦା କାର୍ଯ୍ୟ କରୁଛନ୍ତି। ସିଏମ କିଷାନ ଯୋଜନାରେ ହସ୍ତାନ୍ତର ହେଉଥିବା ଏହି ସହାୟତା ରାଶି ଚାଷୀ ମାନଙ୍କୁ ଅତ୍ୟାବଶ୍ୟକୀୟ କୃଷି ସମାଗ୍ରୀ ଯଥା – ବିହନ, ସାର, କୀଟନାଶକ ଇତ୍ୟାଦି ଆବଶ୍ୟକତା ଅନୁଯାୟୀ କିଣିବାରେ ନିଶ୍ଚିତ ରୂପେ ସହାୟତା କରିବ। ରବି ଋତୁରେ ୯୨୫ କୋଟିରୁ ଅଧିକ ଟଙ୍କା ବିନିଯୋଗ ମାଧ୍ୟମରେ ରାଜ୍ୟର ୪୫,୫୭,୭୩୩ ଜଣ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଏବଂ ୩୯,୩୦୩ ଭୂମିହୀନ କୃଷି ପରିବାର ଏହା ମାଧ୍ୟମରେ ଉପକୃତ ହେବେ। ସିଏମ କିଷାନର ଏହି ସହାୟତା ରାଶି ଉଭୟ ଖରିଫ ଓ ରବି ଋତୁ ପାଇଁ ଦୁଇଟି କିସ୍ତିରେ ସମୁଦାୟ ଚାରି ହଜାର ଟଙ୍କା ପ୍ରଦାନ କରାଯିବ। ସିଏମ କିଷାନ ଯୋଜନାର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପିଲାମାନଙ୍କ ବୈଷୟିକ ଉଚ୍ଚ ଶିକ୍ଷା ନିମନ୍ତେ କୃଷି ବିଦ୍ୟା ନିଧି ଯୋଜନାରେ ଦୁଇ ଲକ୍ଷ ଟଙ୍କା ଛାତ୍ର ବୃତ୍ତିର ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ।

ସେ ଆହୁରି ମଧ୍ୟ କହିଥିଲେ ଯେ କେନ୍ଦ୍ର ସରକାରଙ୍କ ଦ୍ବାରା ପରିଚାଳିତ କୃଷକ କଲ୍ୟାଣକାରୀ ଯୋଜନା ପିଏମ କିଷାନ ଯୋଜନାରେ ଭୂମିଧାରି ଚାଷୀଙ୍କ ପାଇଁ ତିନୋଟି କିସ୍ତିରେ ବାର୍ଷିକ ୬ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଏଥିରେ ସିଏମ କିଷାନ ଯୋଡି ହୋଇଗଲେ ଚାଷୀ ବର୍ଷକୁ ୧୦ ହଜାର ଟଙ୍କା ପାଇବେ। ଏହି ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟା କାର୍ଯ୍ୟକୁ ଦୁଇ ମାସ ବୃଦ୍ଧି କରି ନଭେମ୍ବର ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବ୍ଲକରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ନାମ ପଞ୍ଜିକରଣ ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ କୃଷକ ମାନେ ଜନ ସେବା କେନ୍ଦ୍ର ମାଧ୍ୟମରେ ନିଶୁଳ୍କ ଭାବେ ସମ୍ପାଦନ କରି ପାରିବେ। ଆଜି ଲୋକାର୍ପିତ ହୋଇଥିବା ସିଏମ କିଷାନ ପୋର୍ଟାଲ ମାଧ୍ୟମରେ ଉଭୟ ସିଏମ କିଷାନ ଓ ପିଏମ କିଷାନ ଅନଲାଇନ କାର୍ଯ୍ୟ ସମ୍ପାଦିତ ହେବ ବୋଲି ସେ କହିଥିଲେ। ଏଥି ସହିତ ରାଜ୍ୟର ସମସ୍ତ ଚାଷୀ ମାନଙ୍କ ସୁବିଧା ପାଇଁ ଆଜିଠାରୁ କୃଷକ ଓଡିଶା ୟୁନିଫାଏଡ ପୋର୍ଟାଲ ର ବ୍ୟବସ୍ଥା କରାଯାଇଛି । ଏହା ମାଧ୍ୟମରେ ଚାଷୀ ମାନେ ବିଭିନ୍ନ କୃଷି ଓ ଆନୁସଙ୍ଗିକ କାର୍ଯ୍ୟ ସମ୍ପନ୍ଧୀୟ ପ୍ରଚଳିତ ସରକାରୀ ଯୋଜନା ବିଷୟରେ ତଥ୍ୟ ଜାଣିପାରିବା ସହିତ ଏଥିରୁ ମିଳୁଥିବା ସୁବିଧା ପାଇଁ ମଧ୍ୟ ଆବେଦନ କରି ପାରିବେ।

ସେ ପୁଣି କହିଥିଲେ ରାଜ୍ୟର ଚାଷୀ ମାନଙ୍କର ଧାନ ଚାଷରେ ହେଉଥିବା କ୍ଷତିକୁ ଭରଣା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କୃଷକ ସମୃଦ୍ଧି ଯୋଜନା ପ୍ରଚଳନ କରାଯାଇଛି। ଏହି ଯୋଜନାରେ ଧାନ ସଂଗ୍ରହ ମୂଲ୍ୟରେ ୮୦୦ ଟଙ୍କା ବୃଦ୍ଧି କରାଯାଇ କୁଇଣ୍ଟାଲ ପିଛା ସଂଗ୍ରହ ମୂଲ୍ୟ ୨୩୦୦ ଟଙ୍କାରୁ ୩୧୦୦ଟଙ୍କା ଧାର୍ଯ୍ୟ କରାଯାଇଛି । ଏହା ଖୁବ କମ ଦିନ ମଧ୍ୟରେ କାର୍ଯ୍ୟକାରୀ କରାଯିବ। ସେ ଆହୁରି ମଧ୍ୟ କହିଥିଲେ ଯେ ଆମ ଦେଶକୁ ଏକ ବିକଶିକ ରାଷ୍ଟ୍ରରେ ପରିଣତ କରିବା ପାଇଁ ଚାହୁଁଛନ୍ତି ଆମ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ । ସେଥିପାଇଁ ବିକାଶର ଧାରା ଜାରି ରହିଛି। ପ୍ରଧାନମନ୍ତ୍ରୀ କୃଷକମାନଙ୍କୁ ଅନ୍ନଦାତା ବୋଲି କହିଛନ୍ତି। ସେଥିପାଇଁ କୃଷକ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ସେ କାର୍ଯ୍ୟକାରୀ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri