ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀରେ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌-୨୦୨୩ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ। ବିଶ୍ବକପ୍‌ ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ଗୁରୁବାର ଲୋକସେବା ଭବନର କନ୍‌ଭେନଶନ ସେଣ୍ଟରଠାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ବୈଠକରେ ଅଧ୍ୟକ୍ଷତା କରି ଓଡ଼ିଶାରେ ଏହି କ୍ରୀଡ଼ା ମହୋତ୍ସବର ସଫଳତା ପାଇଁ ସେ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଛନ୍ତି। ହକି ବିଶ୍ବକପ୍‌ ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଭାରତ ସରକାରଙ୍କୁ ବିଶେଷ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଶ୍ୱକପ୍‌ ହକିର ଆୟୋଜନରେ କେବଳ ଓଡ଼ିଶା ନୁହେଁ, ସାରା ଦେଶର ସମ୍ମାନ ଜଡ଼ିତ । ସେଥିପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
ଆଲୋଚନାରେ ଭାଗ ନେଇ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଲଗାତର ଭାବେ ଦ୍ବିତୀୟ ଥର ବିଶ୍ବକପ୍‌ ଆୟୋଜନ ସାରା ବିଶ୍ବରେ ଓଡ଼ିଶାର ପ୍ରତିଷ୍ଠା ବୃଦ୍ଧି କରିଛି ବୋଲି ମତ ଦେବା ସହ କ୍ରୀଡ଼ାର ଏହି ଉନ୍ନତି ଦିଗରେ ସରକାରଙ୍କ ଉଦ୍ୟମକୁ ସାଧୁବାଦ ଜଣାଇଛନ୍ତି।
ବୈଠକରେ ଯୋଗ ଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଭଳି ଆୟୋଜନ ପାଇଁ ରାଜ୍ୟ ସରକାରଙ୍କ ପ୍ରଶଂସା କରିବା ସହ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶତବାର୍ଷିକୀ ଉତ୍ସବ ୨୦୩୬ ଅବସରରେ ଯେପରି ଓଡ଼ିଶାରୁ ୧୦୦ ଅଲିମ୍ପିଆନ ବାହାରିପାରିବେ, ସେଥିପାଇଁ ସମସ୍ତେ ମିଳିମିଶି କାମ କରିବା ଉଚିତ ବୋଲି କହିଛନ୍ତି। ଏହାଛଡ଼ା କ୍ରମାଗତ ଭାବେ ୨ ଥର ବିଶ୍ବକପ୍‌ ହକି ଆୟୋଜନ ଭଳି ବିରଳ ଘଟଣାକୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ଦେବା, ଉଭୟ ଭୁବନେଶ୍ବର-ରାଉରକେଲାର ସ୍ବଚ୍ଛତା ପାଇଁ ନାଗରିକମାନଙ୍କୁ ସାମିଲ କରିବା, ସ୍ଥାନୀୟ ଓଡ଼ିଆ ଖେଳର ପ୍ରସାର କରିବା, ରାଉରକେଲା-ଭୁବନେଶ୍ବର ରେଳପଥକୁ ହକି ପାଇଁ ବ୍ରାଣ୍ଡିଂ କରିବା ଆଦି ବିଭିନ୍ନ ସୁଚିନ୍ତିତ ମତାମତ ଦେଇ କେନ୍ଦ୍ର ସରକାରଙ୍କ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। ଆଲୋଚନାରେ ଭାଗ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ରାଜ୍ୟର ସବୁ ଜିଲାରେ ହକି ଷ୍ଟାଡିୟମ ନିର୍ମାଣ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା, ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ଓ ଦେବୀପ୍ରସାଦ ମିଶ୍ର, ବିଜେଡିର ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, ସିପିଆଇର ସାଧାରଣ ସମ୍ପାଦକ ରାମକୃଷ୍ଣ ପଣ୍ଡା, ବିଧାୟକ ତାରାପ୍ରସାଦ ବାହିନୀପତି, ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସିପିଆଇର ଅଳିକିଶୋର ପଟ୍ଟନାୟକ, ଅଭୟ ସାହୁ, ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ରବି ବେହେରା, ଆପ୍‌ ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର, ଆର୍‌ଜେଡି ସଭାପତି ହେମନ୍ତ କୁମାର ପ୍ରମୁଖ ଭାଗ ନେଇ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଛନ୍ତି। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ବୈଠକକୁ ସଂଯୋଜନା କରିଥିଲେ।
କ୍ରୀଡ଼ା ସଚିବ ଆର୍‌. ଭିନିଲକ୍ରିଷ୍ଣା ଆଗାମୀ ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ୧୭ ଦିନିଆ ଭବ୍ୟ କ୍ରୀଡ଼ା ମହୋତ୍ସବର ପ୍ରସ୍ତୁତି ଓ ବିଭିନ୍ନ କାର୍ଯ୍ୟକ୍ରମର ବିସ୍ତୃତ ବିବରଣୀ ବୈଠକରେ ଉପସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri