ଜୁଲାଇ ୧୫ ରେ ଲୋକଙ୍କ ଗୁହାରି ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ୧୫ ତାରିଖ ସୋମବାର ଦିନ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ। ଏହା ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ଅଭିଯୋଗ ଶୁଣାଣି ହେବ। ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହି ଦିନ ଦିବା ୮ ଘଟିକାରୁ ୧୨ ଘଟିକା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ କରାଯିବ।

ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜ ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସଂପର୍କରେ ଜନସାଧାରଣଙ୍କ ଅବଗତି ନିମନ୍ତେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ନୂଆ ଭାଜପା ସରକାର ଗଠନ ହେବାପରେ ଚଳିତ ମାସ ୧ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଥମଥର ଲାଗି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ।

ପ୍ରଥମ ଦିନରେ ସମୁଦାୟ ୧୫୪୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ପ୍ରାୟ ୫୦୦୦ ରୁ ଅଧିକ ଲୋକ ଆସି ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ସେମାନଙ୍କ ସମସ୍ୟା କହିଥିଲେ। ଗଭୀର ମନଯୋଗରେ ସମସ୍ତଙ୍କ ସମସ୍ୟା ଶୁଣି ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦:ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ...

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ...

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri