ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬ା୧୦: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ  ଯୋଗ ଦେବେ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ।
୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅମିତ ଶାହା ବୈଠକ କରିବେ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ। ଏଥିରେ୫ କେନ୍ଦ୍ରମନ୍ତ୍ରୀ, ଡେପୁଟୀ ଏନ୍‌ଏସ୍‌ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ବୈଠକ ପୂର୍ବରୁ ଆଜି ଅମିତ ଶାହା ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ମାଓବାଦୀ ମୁକାବିଲା ନେଇ ଆଲୋଚନା କରିବେ ।