ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ: ୭ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ମାଲକାନଗିରି,୧୨ା୯(ଦୁର୍ଯ୍ୟୋଧନ ପାତ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦିନିକିଆ ମାଲକାନଗିରି ଜିଲାକୁ ଯାଇ ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବିଏସ୍‌ଏଫ୍‌ ହେଲିପ୍ୟାଡରେ ଅବତରଣ କରିଥିଲେ ା ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।

ଏଥିରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ, ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝି, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ଦକ୍ଷିଣାଞ୍ଚଳ ଡିଆଇଜି ଚରଣ ସିଂ ମୀନା, ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଓ ଆରକ୍ଷୀ ଅଧୀକ୍ଷକ ନୀତେଶ ବାଧ୍ୱାନୀ ପ୍ରମୁଖ ମଞ୍ଚାସୀନ ଥିଲେ ା ୭ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ପ୍ରେରଣ କରିବାକୁ ମୁଖ୍ୟମନ୍ତ୍ରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅଗ୍ରାଧିକାର ଭିତ୍ତିିରେ ଭାଙ୍ଗି ଯାଇଥିବା କଚ୍ଚା ଘର ନିମନ୍ତେ ସହାୟତା ଓ ବିଜୁଳି ସଂଯୋଗକୁ ସେ ଗୁରୁତ୍ୱ ଦେଇଥିଲେ। ଜଣେ ମଧ୍ୟ କ୍ଷତିଗ୍ରସ୍ତ ବ୍ୟକ୍ତି ଯେପରି ସରକାରୀ ସହାୟତା ପଇବାରୁ ବଞ୍ଚିିତ ନ ହୁଅନ୍ତି ସେଥିପ୍ରତି ଯତ୍ନବାନ ହେବକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ବର୍ଷାଯୋଗୁ ଜଳ ଜନିତ ରୋଗକୁ ପ୍ରତିହତ କରିବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ କୁହାଯାଇଛି। ଜିଲା ଓ ପୋଲିସ ପ୍ରଶାସନର ପୂର୍ବ ପ୍ରସ୍ତୁତି ଯୋଗୁ ଜିରୋ କାଜୁଆଲିଟି ସମ୍ଭବ ହୋଇ ପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପାଣିପାଗ ବିଭାଗରୁ ପ୍ରାପ୍ତ ସୂଚନା ଜିଲାପାଳମାନଙ୍କୁ ପ୍ରେରଣ କରାଯାଇ ସତର୍କ ରହିବାକୁ କୁହାଯାଇଥିଲା। ଏଥିସହ ରାଜ୍ୟ ଆପଦକାଳୀନ ପରିଚାଳନା କେନ୍ଦ୍ରରୁ ପରିସ୍ଥିତି ଉପରେ ୨୪ ଘଣ୍ଟିିଆ ନଜର ରଖାଯାଉଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଭଳି ସମ୍ବେଦନଶୀଳ ସମୟରେ ଓଡ୍ରାଫ୍‌ ଓ ଅଗ୍ନିଶମ କର୍ମଚାରୀଙ୍କ ସେବା ପ୍ରଶଂସନୀୟ ବୋଲି ରାଜସ୍ବ ମନ୍ତ୍ରୀ ପୂଜାରୀ ମତ ଦେଇଥିଲେ। ରିଲିଫ୍‌ କୋଡ୍‌ ଅନୁଯାୟୀ ସମସ୍ତ କ୍ଷୟକ୍ଷତିର ଆକଳନ କରାଯାଇ ପର୍ଯ୍ୟାପ୍ତ ସହାୟତା ରାଶି ପ୍ରଦାନ କରାଯିବ ବୋଲି ପୂଜାରୀ କହିଛନ୍ତି।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୫ରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହା କ୍ରମେ ଘନୀଭୁତ ହୋଇ ୮ ତାରିଖରେ ଗଭୀର ଅବପାତରେ ପରିଣତ ହୋଇଥିଲା ା ଏହାର ପ୍ରଭାବରେ ୯ ଓ ୧୦ତାରିଖରେ ମାଲକାନଗିରି ଜିଲାରେ ଅତି ପ୍ରବଳ ବର୍ଷା ହୋଇଥିଲା। ଏଥି ନିମନ୍ତେ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବିଏସ୍‌ଏଫ୍‌ ହେଲିପ୍ୟାଡରେ ଅବତରଣ କରିଥିଲେ ା ଏହି ଅବସରରେ ମୁଖୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ସମେତ ବରିଷ୍ଠ ଅଧିକାରୀ ଓ ଜିଲାସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ...

ଦୋକାନରେ ଖୁଆଇଲେ, ପରେ ବ୍ରିଜ୍‌ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’

ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ...

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ...

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ...

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା...

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri