ଆଜି ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ

ପଦ୍ମପୁର,୧୯।୨(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନମଣ୍ଡଳୀ ଗସ୍ତ କରିବେ। ଏହି ଗସ୍ତ ସମୟରେ ସେ ଉକ୍ତ ନିର୍ବାଚନମଣ୍ଡଳୀ ଅଧୀନ ଝାରବନ୍ଧ, ପାଇକମାଳ ଏବଂ ପଦ୍ମପୁର ବ୍ଲକରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି।
ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ ପଦ୍ମପୁର ସତୀଭଟା ଏୟାରଷ୍ଟ୍ରିପ୍‌ରେ ପହଞ୍ଚତ୍ବେ। ସେଠାରୁ ସେ ହେଲିକ୍ୟାପ୍ଟର ଯୋଗେ ଯାଇ ୧୧ଟା ୨୫ରେ ଝାରବନ୍ଧ ବ୍ଲକ ଶକ୍ତି ଛକ ହେଲିପ୍ୟାଡ୍‌ରେ ପହଞ୍ଚତ୍ବେ। ସେଠାରୁ ସେ ସଭାସ୍ଥଳକୁ ଯିବେ ଏବଂ ସେଠାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ଝାରବନ୍ଧରେ କାର୍ଯ୍ୟକ୍ରମ ଶେଷ ହେବା ପରେ ମଧ୍ୟାହ୍ନ ୧୨ଟା ୧୫ରେ ମୁଖ୍ୟମନ୍ତ୍ରୀ ହେଲିକ୍ୟାପ୍ଟର ଯୋଗେ ପାଇକମାଳ ବ୍ଲକ ଗସ୍ତ କରିବେ। ୧୨ଟା ୩୦ ମିନିଟ୍‌ରେ ପାଇକମାଳ ଏମ୍‌ଇ ସ୍କୁଲ ପଡିଆରେ ନିର୍ମିତ ହେଲିପ୍ୟାଡରେ ପହଞ୍ଚତ୍ ସେ କାର୍ଯ୍ୟକ୍ରମରେ ଯୋଗଦେବେ। ପାଇକମାଳରେ ମିଶନ ଶକ୍ତି ମହିଳାମାନଙ୍କୁ ଚେକ୍‌ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି। ପାଇକମାଳରେ ୧ଟା ୧୦ମିନିଟ୍‌ରେ କାର୍ଯ୍ୟକ୍ରମ ଶେଷ ହେବ। ୧ଟା ୪୦ରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ଆର. ଏଲ. କଲ୍ୟାଣ ମଣ୍ଡପ କ୍ୟାମ୍ପସ ହେଲିପ୍ୟାଡରେ ପହଞ୍ଚତ୍ ସେଠାରୁ ପଦ୍ମପୁର ପିଡବ୍ଲ୍ୟୁଡି ଆଇବିକୁ ଯିବେ। ଅପରାହ୍ନ ୩ଟା ୪୫ ମିନିଟ୍‌ରେ ସେ ପଦ୍ମପୁର ହାଇସ୍କୁଲ ପଡିଆରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ। ପଦ୍ମପୁରରେ ମଧ୍ୟ ସେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଅପରାହ୍ନ ୪ଟା ୩୦ରେ କାର୍ଯ୍ୟକ୍ରମ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ସତୀଭଟା ଏୟାରଷ୍ଟ୍ରିପ୍‌ରୁ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି।
ଉଲ୍ଲେଖନୀୟ, ଗତ ପଦ୍ମପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାରରେ ପଦ୍ମପୁର ଯାଇଥିଲେ ଏବଂ ସେଠାରେ ନିର୍ବାଚନମଣ୍ଡଳୀବାସୀଙ୍କୁ ପଦ୍ମପୁରକୁ ଜିଲା ଘୋଷଣା ସମେତ ଅନ୍ୟାନ୍ୟ ପ୍ରତିଶ୍ରୁତି ଦେଇଥିଲେ। ତେବେ ରବିବାର ତାଙ୍କର ଏହି ଗସ୍ତ ବେଳେ ସେ ଏ ନେଇ କିଛି ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri