Categories: ରାଜ୍ୟ

ଆଜି ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଅଫିସ, ୨୯।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଆସିବେ। ଏହି ସରକାରୀ କାର୍ଯ୍ୟକ୍ରମ ଅବସରରେ ସେ ୧,୪୯୨ କୋଟି ଟଙ୍କା ବ୍ୟୟରେ ପ୍ରସ୍ତାବିତ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବହୁ ପ୍ରତୀକ୍ଷିତ ବସ୍‌ ଟର୍ମିନାଲ୍‌ ସମେତ ୩୧୩ କୋଟି ଟଙ୍କାର ପ୍ରକଳ୍ପର ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବା ଲାଗି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୨୧୪ ଅଧିକାରୀଙ୍କ ସମେତ ୪୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିବାବେଳେ ସାରା ସହର ବ୍ୟାରିକେଡ୍‌ମୟ ହୋଇଯାଇଛି।

Share