ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ନିକୁଞ୍ଜ ଧଳ

ଭୁବନେଶ୍ୱର,୧।୭: ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଲେ ନବ ନୁଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ସେହିପରି ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ନିକୁଞ୍ଜ ଧଳଙ୍କୁ ରବିବାର ମୁଖ୍ୟମନ୍ତ୍ରୀନଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି କରାଯାଇଛି।

ତେବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ରବିବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ସରକାରୀ କାର୍ଯ୍ୟରୁ ଅବସର ନେଇଛନ୍ତି। ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ବିଦାୟୀ ମୁଖ୍ୟ ଶାସନ ସଚିବ ଜେନାଙ୍କଠାରୁ ନୂତନ ମୁଖ୍ୟ ଶାସନ ସଚିବ ଆହୁଜା ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ। ଏହି ଅବସରରେ ନୂତନ ମୁଖ୍ୟ ଶାସନ ସଚିବ ଆହୁଜାଙ୍କୁ ଲୋକସେବା ଭବନର ଅଧିକାରୀ ଓ କର୍ମଚାରୀ ସ୍ବାଗତ କରିଥିବାବେଳେ ପୂର୍ବତନ ମୁଖ୍ୟ ଶାସନ ସଚିବ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।

୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଏଠାରେ ପ୍ରଥମେ ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ସେ ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଆଦି ବିଭିନ୍ନ ବିଭାଗରେ କାର୍ଯ୍ୟ କରିଛନ୍ତି। ୨୦୧୭ରେ ଡେପୁଟେଶନରେ କେନ୍ଦ୍ରକୁ ଯାଇଥିଲେ। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ତେବେ ଓଡ଼ିଶା ଫେରିବା ପୂର୍ବରୁ ଆହୁଜା କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ...

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ...

ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ...

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri