ଅଚାନକ କୋଟିଆ ଗସ୍ତ କଲେ ମୁଖ୍ୟ ଶାସନ ସଚିବ

ପଟାଙ୍ଗି,୫ା୪(ଶରତ ଧଳ): ମାସକ ପରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ହେବାକୁ ଥିବା ବେଳେ ଏହିପରି ସ୍ଥିତିରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟ ବିଭାଗର ସଚିବ ସୀମାନ୍ତ ଅଞ୍ଚଳକୁ ଗସ୍ତରେ ଆସି ଫେରିଯିବା ଦୃଶ୍ୟ ରାଜନୈତିକ ମହଲଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଚର୍ଚ୍ଚାର ବିଷୟ ପାଲଟିଛି।

ସୂଚନାନୁଯାୟୀ, ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଏବଂ ରାଜ୍ୟ କୃଷି ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ଜିଲାରେ ଅଚାନକ ପହଞ୍ଚି ଜିଲା ପ୍ରଶାସନ ସହ ନିର୍ବାଚନ ସମ୍ପର୍କିତ ଆଲୋଚନା କରିଥିଲେ। ଏହି ସମୟରେ ଜିଲାପାଳ ଭିି.କୀର୍ତ୍ତି ଭାସନ, ଡିଆଇଜି ଚରଣସିଂ ମୀନା, ଆରକ୍ଷୀ ଅଧୀକ୍ଷକ ଅଭିନବ ସୋନକାର, ଉପଜିଲାପାଳ ବେଣୁଧର ଶବର, ସ୍ଥାନୀୟ ବିଡିଓ ସୁକାନ୍ତ କୁମାର ପଟ୍ଟନାୟକ ଏବଂ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ ପ୍ରମୁଖଙ୍କ ସହ
ପଞ୍ଚାୟତରେ ରହିଥିବା ୯ଟି ବୁଥ୍‌ ମଧ୍ୟରୁ ସୀମାନ୍ତ ୫ଟି ବୁଥ୍‌ରେ ରହିଥିବା ସ୍ଥିତି ସମ୍ପର୍କରେ ଆଲୋଚନା ହୋଇଥିଲେ ମଧ୍ୟ ଏହାକୁ ସମ୍ପୂର୍ଣ୍ଣ ଗୋପନ ରଖା ଯାଇଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ ମୁଖ୍ୟ ଶାସନ ସଚିବ ଏବଂ କୃଷି ବିଭାଗ ପ୍ରମୁଖ ସଚିବଙ୍କ ଏହିପରି ଗସ୍ତ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପାଇଁ ଅନେକ ପ୍ରଭାବ ପଡ଼ିପାରେ ବୋଲି ଅନୁମାନ କରା ଯାଉଥିବା ବେଳେ ଉକ୍ତ ଦୁଇ ଅଧିକାରୀଙ୍କ ସମେତ ଜିଲାର ଅନ୍ୟ ଅଧିକାରୀମାନେ ପଞ୍ଚାୟତରେ ପହଞ୍ଚି ବାରାବନ୍ଧ ଗ୍ରାମରେ ହୋଇଥିବା ଷ୍ଟ୍ରବେରୀ ଚାଷ ଦେଖି ଉପସ୍ଥିତ ଚାଷୀଙ୍କ ସହ ଲାଭ ଏବଂ କ୍ଷତି ସମ୍ପର୍କରେ ଆଲୋଚନା କରିଥିଲେ। ସେହିପରି ଉକ୍ତ ସ୍ଥାନରୁ ବାହାରି ପଞ୍ଚାୟତ କାର୍ଯ୍ୟାଳୟ , ସ୍ବତନ୍ତ୍ର ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ସ୍ବାସ୍ଥ୍ୟକେନ୍ଦ୍ର, ଜଗନ୍ନାଥ ମନ୍ଦିର ଓ ୫-ଟି ବିଦ୍ୟାଳୟ ପ୍ରମୁଖ ସ୍ଥାନକୁ ଗସ୍ତ କରି ପାରିପାଶର୍‌ବିକ ସ୍ଥିତି ଅନୁଧ୍ୟାନ କରି ଉକ୍ତ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ସହ ପାଠପଢ଼ା ସମ୍ପର୍କରେ ଆଲୋଚନା କରି ସମସ୍ୟା ଉପରେ ଅବଗତ ହୋଇଥିଲେ। ଶେଷରେ ସୀମାନ୍ତ ସ୍ଥାନଗୁଡ଼ିକରେ ରହିଥିବା ବୁଥ୍‌ମାନଙ୍କରେ କିପରି ଭୋଟ୍‌ ହାର ବଢ଼ିବ ସେନେଇ ଲୋକଙ୍କୁ ସଚେତନତା ସୃଷ୍ଟି କରିବା ଦିଗରେ ଦୃଷ୍ଟି ଦେବାକୁ ଜିଲା ଓ ବ୍ଲକ ପ୍ରଶାସନକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପି ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ ଗଲେ ୨

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଗଡ଼ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମ୍‌ପି ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀଙ୍କୁ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ...

ଶିଶୁ ଯୌନ ନିର୍ଯାତନା ମାମଲା: ୩ ଅଭିଯୁକ୍ତଙ୍କୁ ୨୦ବର୍ଷ, ଜଣଙ୍କୁ ୩ ବର୍ଷ ଜେଲ

ଛତ୍ରପୁର,୧୬ା୩ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ପୋଲିସ ଜ଼ିଲାରେ ଘଟିଥିବା ୪ଟି ଶିଶୁ ଯୌନ ନିର୍ଯାତନା ମାମଲାର ଅଭିଯୁକ୍ତମାନେ ଦୋଷୀ ସାବ୍ୟସ୍ତ ହେଇଛନ୍ତି। ସେମାନଙ୍କୁ ଦଣ୍ଡାଦେଶ...

ପୁଞ୍ଜିପତିଙ୍କୁ ସୁହାଉଛି କୃଷି ନୀତି, ଋଣଗ୍ରସ୍ତ ହୋଇ ଚାଷୀ ଆପଣାଉଛନ୍ତି…

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସାୟଂ ଖେଳ ପଡ଼ିଆରେ ସୋମବାର ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ...

ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ ଯୁବକ, ଅସ୍ବୀକାର କରିବାରୁ ଭାଇରାଲ କରିଦେଲେ ଫଟୋ

ରାଉରକେଲା,୧୬।୩(ସଙ୍ଗୀତା ଜେନା): ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଯୁବତୀ ଜଣଙ୍କ ଥାନାର ଦ୍ୱାରସ୍ଥ ହୋଇଛନ୍ତି।...

ମଇଁଷି ଚୋରି ଅଭିଯୁକ୍ତ କୋର୍ଟ ଚାଲାଣ

ଲାଞ୍ଜିଗଡ଼, ୧୬ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଜଗନ୍ନାଥପୁର ପଞ୍ଚାୟତ ଅନ୍ତର୍ଗତ ବଳଭଦ୍ର ଗ୍ରାମରୁ ବୁଧବାର ରାତିରେ ଦୁଇଗୋଟି ମଇଁଷି ଚୋରି ଅଭିଯୋଗରେ...

ଚକୋଲେଟ୍‌ ଦେଇ ଶିଶୁକୁ କରିନେଲେ ଅପହରଣ

ବଡ଼ମ୍ବା,୧୬ା୩(ମାୟାଧର ମଲ୍ଲିକ): ଚକୋଲେଟ ଦେଇ ଶିଶୁ ଅପହରଣ କରାଯାଇଥିବା ଘଟଣାକୁ ନେଇ ବଡ଼ମ୍ବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅବଶ୍ୟ ଅପହରଣ ଶିଶୁଟି ରବିବାର ବଡ଼ମ୍ବା...

୬୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୬ା୩(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍‌ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍‌ମା ଓ...

ବୌଦ୍ଧ ଦେଶର ଉତ୍ତପ୍ତ ସହର: ୪୩.୬ ଡିଗ୍ରୀ ସହ ତାତିରେ ସିଝିଲେ ଲୋକେ

ଭୁବନେଶ୍ୱର, ୧୬ା୩: ଆଜି ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହିତ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image