ଚିକିଟି ମଦମୃତ୍ୟୁ ମାମଲା: ଫେରାର ଥିବା ଆଉ ଜଣେ ଅଭିଯୁକ୍ତ ଗିରଫ

ଚିକିଟି,୨୬ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ମାଉନ୍ଦପୁର ଗ୍ରାମରେ ଘଟିଥିବା ବିଷାକ୍ତ ମଦମୃତ୍ୟୁ ଘଟଣାରେ ଗିରଫ ସଂଖ୍ୟା ୧୦ରେ ପହଞ୍ଚିଛି। ଏହି ଘଟଣାରେ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରାଯାଇଛି। ସେ ହେଲେ ମାଉନ୍ଦପୁର ଗ୍ରାମର ପୂର୍ଣ୍ଣ ସାହୁ।

ଘଟଣା ପରଠାରୁ ପୂର୍ଣ୍ଣ ଫେରାର ଥିଲେ। ଫେରାର ପରଠାରୁ କେ. ନୂଆଗାଁ ପୋଲିସ ତାଙ୍କୁ ଖୋଜିବା ଜାରି ରଖିଥିଲା। ଗିରଫ ପରେ କେ. ନୂଆଗାଁ ଥାନା ଅଧିକାରୀ କିଶୋର କୁମାର ସାମଲ ତାଙ୍କୁ କୋର୍ଟ ଚାଲାଣ କରିଛନ୍ତି। ଗତ ସୋମବାର ମାଉନ୍ଦପୁର ଗ୍ରାମରେ ବିଷାକ୍ତ ମଦ ପିଇ ୨୩ ଜଣ ଅସୁସ୍ଥ ହୋଇ ପଡିଥିଲେ। କେ. ନୂଆଗାଁ ପୋଲିସ ମାଉନ୍ଦପୁରରେ ଚଢ଼ାଉ କରି ଚୋରା ମଦ କାରବାର କରୁଥିବା ସନ୍ଦେହରେ ୬ ଜଣକୁ ଗିରଫ କରିଥିଲା।

ଚିକିଟି ଅବକାରୀ ବିଭାଗ ପକ୍ଷରୁ ଢେପଗାଁରେ ୫୫ ଲିଟର ଦେଶୀ ମଦ ଜବତ କରି ଜଣେ ମହିଳାଙ୍କୁ ଗିରଫ କରାଯାଇଥିଲା। ଏହି ଘଟଣାରେ ପ୍ରଥମେ ୭ଜଣଙ୍କୁ ଗିରଫ କରାଯାଇଥିଲା। ପରେ ୩ଜଣ ଗିରଫ ହୋଇଥିଲେ। ଫଳରେ ଗିରଫ ସଂଖ୍ୟା ୧୦ରେ ପହଞ୍ଚିଛି। ଏ ସମ୍ପର୍କରେ କେ ନୂଆଗାଁ ଥାନା ଅଧିକାରୀ କିଶୋର କୁମାର ସାମଲଙ୍କୁ ପଚାରିବାରୁ ଏହି ମାମଲାରେ ବର୍ତ୍ତମାନ ସୁଦ୍ଧା ୧୦ଜଣ ଗିରଫ ହୋଇଥିବା ପ୍ରକାଶ କରିବା ସହ ଏଭଳି ଚଢ଼ାଉ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହରରାଓଙ୍କ ଘରେ ଏହି...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri