ଚିକିଟି ବିଷାକ୍ତ ମଦରେ ଆଖି ବୁଜିଲେ ଆଉ ଜଣେ

ଚିକିଟି,୧।୯(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଷାକ୍ତ ମଦ ମୃତ୍ୟୁ ମାମଲାରେ ରବିବାର ମଧ୍ୟାହ୍ନରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ କରବାଲୁଆ ଗ୍ରାମର ବାୟା ସେଠୀ। ସେ ଦୀର୍ଘ ଦିନ ଧରି ବ୍ରହ୍ମପୁର ସ୍ଥିତ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ। ରବିବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ପରେ ଚିକିଟିରେ ଶୋକର ଛାୟା ଖେଳି ଯାଇଛି। ଏହାକୁ ମିଶାଇ ଚିକିଟି ମଦ ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି। ଏବେ ସୁଦ୍ଧା ୩ଜଣ ବ୍ରହ୍ମପୁରସ୍ଥିତ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଗତ ୨୦ତାରିଖରେ ଜେନାପୁର ଗ୍ରାମର ଯୁର୍‌ ବେହେରା, ୨୧ ତାରିଖରେ ଲୋକନାଥ ବେହେରା ଏବଂ ୩୦ତାରିଖରେ ଲକ୍ଷ୍ମଣ ବେହେରାଙ୍କ ମୃତ୍ୟୁ ଘଟିଥିଲା।

ସୂଚନାଯୋଗ୍ୟ, ଚିକିଟି ଅଞ୍ଚଳରେ ବିଷାକ୍ତ ମଦ ମୃତ୍ୟୁକୁ ନେଇ ରାଜନୀତି ମଧ୍ୟ ଜୋର୍‌ ଧରିଛି। ସ୍ଥାନୀୟ ବିଜେଡି ଓ ଭାଜପା ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଚିକିଟି ବ୍ଲକ ଅନ୍ତର୍ଗତ ମାଉଁଦପୂର ଗ୍ରାମରେ ଅଗଷ୍ଟ ୧୯ରେ ବିଷାକ୍ତ ମଦ ପିଇ ୨୩ଜଣ ଲୋକ ଗୁରୁତର ହୋଇପଡିଥିଲେ। ଉକ୍ତ ଘଟଣାରେ ଆଜି ସୁଦ୍ଧା କେ. ନୂଆଗାଁ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୧୬ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri