କମାଲ୍‌ କଲେ ଶିଶୁ ବୈଜ୍ଞାନିକ ଦିବ୍ୟାଶା

ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଶାଇପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଦିବ୍ୟାଶା ପ୍ରଧାନଙ୍କ ପ୍ରକଳ୍ପ ମଲ୍ଟି ପରପୋଜ୍‌ କେରିୟର ଇନ ଟୁ ହ୍ବିଲର ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ତଥା ଜାତୀୟ ନବ ପ୍ରବର୍ତ୍ତନ ପ୍ରତିଷ୍ଠାନର ମିଳିତ ଆନୁକୂଲ୍ୟରେ ନୂଆଦିଲ୍ଲୀସ୍ଥିତ ପ୍ରଗତି ମୈଦାନରେ ଚାଲିଥିବା ଏକାଦଶ ଜାତୀୟ ସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତାରେ ସ୍ଥାନୀତ ହୋଇଛି। ଦିବ୍ୟାଶା କହିଛନ୍ତି, ସାଇକେଲ ଭଳି ୨ଚକିଆ ଯାନରେ କି କି ବ୍ୟବସ୍ଥା କରାଗଲେ ଅନେକ ସୁବିଧା ମିଳିପାରିବ, ଏହି ଚିନ୍ତାଧାରା ରାସ୍ତାରେ ଗଲାବେଳେ ତାଙ୍କ ମନରେ ଆସିଥିଲା। ଫଳରେ ସେ ଏକ ପ୍ରକଳ୍ପ ପ୍ରସ୍ତୁତ କରିଥିଲେ ଏବଂ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ପ୍ରଧାନଙ୍କ ମାର୍ଗଦର୍ଶନରେ ସେ ପ୍ରକଳ୍ପର ଚୂଡ଼ାନ୍ତ ରୂପରେଖ ଦେଇଥିଲେ। ତାଙ୍କର ସେହି ପ୍ରକଳ୍ପ ଜିଲାରୁ ରାଜ୍ୟସ୍ତରୀୟ ପ୍ରତିଯୋଗିତାକୁ ମନୋନୀତ ହୋଇଥିଲା। ସେଠାରୁ ପୁଣି ପ୍ରକଳ୍ପଟି ଜାତୀୟସ୍ତରକୁ ମନୋନୀତ ହୋଇଥିଲା। ଉକ୍ତ ସଫଳତାର ଶ୍ରେୟ ସେ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ସୁଚିସ୍ମିତା ପ୍ରଧାନ, ପ୍ରଧାନଶିକ୍ଷକ ଆତ୍ମାରାମ ଭୋଇ ଏବଂ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଦେଇଛନ୍ତି। ଭଟଲି ବ୍ଲକ ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ, ଜିଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ସମେତ କେଶାଇପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ ଶିଶୁ ବୈଜ୍ଞାନିକ ଦିବ୍ୟାଶାଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri