ରାଜ୍ୟରେ ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୧୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୭ହଜାର ୦୫୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୪ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୪, ବାଲେଶ୍ୱରରୁ ୧୪, ବରଗଡ଼ରୁ ୨, ଭଦ୍ରକରୁ ୮, ବଲାଙ୍ଗୀରରୁ ୧ , କଟକରୁ ୬୬, ବୌଦ୍ଧରୁ ୨, ଦେବଗଡ଼ରୁ ୨, ଢେଙ୍କାନାଳରୁ ୪, ଗଞ୍ଜାମରୁ ୧, ଜଗତ୍‌ସିଂହପୁରରୁ ୧୬, ଯାଜପୁରରୁ ୧୦, ଝାରସୁଗୁଡାରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପର କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୪, କୋରାପୁଟରୁ ୩, ମୟୂରଭଞ୍ଜରୁ ୨୧, ନୟାଗଡ଼ରୁ ୫, ପୁରୀରୁ ୧୧, ରାୟଗଡ଼ା ୧, ସମ୍ବଲପୁରରୁ ୧୨, ସୁନ୍ଦରଗଡ଼ରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୬୧ ଅଛନ୍ତି।

 

Share