ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୧୧୬ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ଶନିବାର ରାଜ୍ୟରେ ୯୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ ବର୍ଗର । ଆକ୍ରାନ୍ତଙ୍କ ମଧ୍ୟରୁ ୫୩୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୮୦ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପି ଯାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୫୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨୩, ବାଲେଶ୍ୱରରୁ ୫୧, ବରଗଡ଼ରୁ ୭, ଭଦ୍ରକରୁ ୧୨, ବଲାଙ୍ଗୀରରୁ ୫, କଟକରୁ ୮୮, ଦେବଗଡ଼ରୁ ୧୦, ଢେଙ୍କାନାଳରୁ ୧୬, ଗଜପତିରୁ ୬, ଗଞ୍ଜାମରୁ ୪, ଜଗତ୍‌ସିଂହପୁରରୁ ୨୪, ଯାଜପୁରରୁ ୪୯, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୭, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୩୧, କେନ୍ଦୁଝରରୁ ୧୦ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୬, ମାଲକାନଗିରିରୁ ୭, ମୟୂରଭଞ୍ଜରୁ ୩୮, ନୟାଗଡ଼ରୁ ୧୯, ପୁରୀରୁ ୩୦, ରାୟଗଡ଼ାରୁ ୭, ସମ୍ବଲପୁରରୁ ୧୩, ସୁବର୍ଣ୍ଣପୁରରୁ ୩ ଓ ସୁନ୍ଦରଗଡ଼ରୁ ୧୧ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୭୯ ଅଛନ୍ତି।

Share