କରୋନା ନେଇ ପୂର୍ବରୁ ଜାଣିଥିଲା ଚାଇନା

ହଂକଂ,୧୨ା୭: କରୋନା ମହାମାରୀ ସାରା ବିଶ୍ୱରେ ୧୨ ନିୟୁତରୁ ଅଧିକ ଲୋକଙ୍କୁ ସଂକ୍ରମିତ ହେଲାଣି। ଚାଇନା ଯେଉଁ ସମୟରେ ସଂକ୍ରମଣ ନେଇ ସୂଚନା ଦେଲା ତାହାର ବହୁ ପୂର୍ବରୁ ଜାଣିଥିଲା ବୋଲି ହଂକଂର ଜଣେ ଭୂତାଣୁ ବିଜ୍ଞାନୀ କହିଛନ୍ତି। ସରକାରଙ୍କ ଉଚ୍ଚ ସ୍ତରରେ କରୋନା ତଥ୍ୟକୁ ଲୁଚାଇ ରଖାଯାଇଥିଲା ବୋଲି ହଂକଂ ସ୍କୁଲ୍‌ ଅଫ୍‌ ପବ୍ଲିକ୍‌ ହେଲ୍‌ଥରେ ଭାଇରୋଲୋଜି ବିଶେଷଜ୍ଞ ଥିବା ଲି-ମେଙ୍ଗ୍‌ ୟାନ୍‌ ଶୁକ୍ରବାର ଗଣମାଧ୍ୟମକୁ ସାକ୍ଷାତକାର ଦେଇ କହିଛନ୍ତି। ସେ ହଂକଂରୁ ପଳାଇଯାଇ ଏବେ ଆମେରିକାରେ ରହୁଛନ୍ତି। ମାରାତ୍ମକ ଭୂତାଣୁ ମଣିଷ ଦେହକୁ ସଂକ୍ରମଣ ହେଉଥିବା ସମ୍ପର୍କରେ ଚାଇନା ସମଗ୍ର ବିଶ୍ୱକୁ ଜଣାଇବାର ଥିଲା। ସଂକ୍ରମଣ ଆରମ୍ଭ ବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ସ୍ବୀକୃତିପ୍ରାପ୍ତ ଲାବରେଟୋରି ଇନ୍‌ଫ୍ଲୁଏଞ୍ଜା ଭୂତାଣୁ ଏବଂ ମହାମାରୀ ଉପରେ ଗବେଷଣା ଚଳାଇଥିଲା। ୟାନ୍‌ ଏହା ଉପରେ ଗବେଷଣା ଆରମ୍ଭ କରିଥିଲେ ହଁ ତାଙ୍କର ସୁପରଭାଇଜର ତଥା ବିଶେଷଜ୍ଞମାନେ ଏହାକୁ ଅଣଦେଖା କରିଥିଲେ। ସେ ବିଶ୍ୱର ପ୍ରଥମ ବୈଜ୍ଞାନିକ ଯିଏ କୋଭିଡ୍‌-୧୯ ଉପରେ ଅଧ୍ୟୟନ କରିଥିଲେ ମଧ୍ୟ ତାଙ୍କର ସୁପରଭାଇଜର ଡ. ଲିଓ ପୁନ୍‌ ଏହାକୁ ଚାଇନା ମୁଖ୍ୟ ଭୂଖଣ୍ଡରୁ ଗତବର୍ଷ ଡିସେମ୍ବରରେ ଆସିଥିବା ସାର୍ସ ଭଳି ଭୂତାଣୁ ବୋଲି କହିଥିଲେ। ହଂକଂ କିମ୍ବା ଅନ୍ୟ ଦେଶର ଗବେଷକ ଚାଇନାରେ ଭୂତାଣୁ ଉପରେ ଗବେଷଣା କରିବାକୁ ବେଜିଂ ଚାହୁଁ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲେବାନନ୍‌ର ୩୦୦ ସ୍ଥାନରେ ଆକ୍ରମଣ କଲା ଇସ୍ରାଏଲ: ୧୦୦ ମୃତ, ୪୦୦ ଆହତ

ବେରୁଟ୍‌/ଜେରୁଜେଲମ,୨୩।୯: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ତିକ୍ତତା କ୍ରମାଗତ ବଢିବାରେ ଲାଗିଛି। ହେଜ୍‌ବୋଲ୍ଲା ଉପରେ ଚାପ ପକାଇବାକୁ ଇସ୍ରାଏଲ ଲେବାନନ୍‌ ଉପରେ ୩୦୦ ସ୍ଥାନରେ ରକେଟ୍‌...

ଗାଜାରୁ ଲେବାନନ୍‌ ମୁହାଁଇଛି ସଂଘର୍ଷ

ବେରୁଟ୍‌,୨୩ା୯: ଲେବାନନ୍‌ର ଆତଙ୍କବାଦୀ ସଂଗଠନ ହେଜ୍‌ବୁଲ୍ଲା ଏବଂ ଇସ୍ରାଏଲୀ ସେନା ମଧ୍ୟରେ ଘମାଘୋଟ ଲଢ଼େଇ ହୋଇଛି। ଇସ୍ରାଏଲ୍‌ର ଉତ୍ତର ଭାଗକୁ ଟାର୍ଗେଟ କରି ହେଜ୍‌ବୁଲ୍ଲା ଶତାଧିକ...

ଜାପାନ-ଆମେରିକା ଉପରେ ଆକ୍ରମଣ କରିବ ଚାଇନା? ଚମକାଇ ଦେଲେ ବିଶେଷଜ୍ଞ

ଟୋକିଓ,୨୩।୯: ତାଇୱାନର ଉତ୍ତେଜନା ଏବଂ ସେନକାକୁ ଦ୍ୱୀପପୁଞ୍ଜକୁ ନେଇ ବିବାଦ ମଧ୍ୟରେ ଚାଇନା-ଜାପାନ ସମ୍ପର୍କ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଶାନ୍ତି...

ରାଷ୍ଟ୍ରପତି ନିର୍ବାଚନ ହାରିଗଲେ କ’ଣ କରିବେ ଟ୍ରମ୍ପ? ଏବେ କଲେ ସ୍ପଷ୍ଟ

ଓ୍ବାଶିଂଟନ,୨୩।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନକୁ ଦିନ ଆକର୍ଷଣୀୟ ହେବାରେ ଲାଗିଛି। ନିର୍ବାଚନ ତାରିଖ ନଭେମ୍ବର ୫ ରଖାଯାଇଛି। ରବିବାର ଏକ ଇଭେଣ୍ଟରେ ରିପବ୍ଲିକାନ ପାର୍ଟି...

ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର...

କ୍ୱାଡ୍‌ରେ ଚାଇନାକୁ ଟାର୍ଗେଟ

ଓ୍ବିଲ୍‌ମିଙ୍ଗଟନ୍‌,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍‌ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା,...

ମୋଦିଙ୍କୁ ଭୁଲିଗଲେ ବାଇଡେନ୍‌

ଓ୍ବିଲ୍‌ମିଙ୍ଗଟନ୍‌,୨୩।୯ : କ୍ୱାଡ୍‌ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri