Posted inUncategorized

ପାକିସ୍ତାନୀ ମହିଳାଙ୍କୁ ଗୁପ୍ତ ତଥ୍ୟ ଦେଉଥିଲେ ସିଆଇଏସ୍‌ଏଫ୍‌ କନ୍‌ଷ୍ଟେବଲ

ବିଶାଖାପାଟଣା,୮ା୮: ପାକିସ୍ତାନ ପାଇଁ ଗୋଇନ୍ଦାଗିରି କରୁଥିବା ଜଣେ ମହିଳାଙ୍କୁ ଗୁପ୍ତ ତଥ୍ୟ ଯୋଗାଇବା ଅଭିଯୋଗରେ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସ୍‌ଏଫ୍‌)ର ଜଣେ କନଷ୍ଟେବଳ ଧାରାପଡ଼ିଛନ୍ତି। ବିଶାଖାପାଟଣା ଷ୍ଟିଲ୍‌ ପ୍ଲାଣ୍ଟରେ ଗତବର୍ଷ ଅଗଷ୍ଟରୁ କାମ କରୁଥିବା ସିଆଇଏସ୍‌ଏଫ୍‌ କନ୍‌ଷ୍ଟବଲ କପିଲ କୁମାର ଜଗଦୀଶ ଭାଇ ଦେବୁମୁରାରୀ ପାକିସ୍ତାନୀ ମହିଳା ଗୋଇନ୍ଦା ଅପରେଟିଭ୍‌ (ପିଆଇଓ)ଙ୍କ ସହ ଯୋଗଯୋଗରେ ଥିବା ସୂଚନା ମିଳିବା ପରେ ତାଙ୍କୁ ଜେରା ପାଇଁ ଡକାଯାଇଥିଲା। ତାଙ୍କ ମୋବାଇଲ ଫୋନ୍‌ ଯାଞ୍ଚ ହେବାରୁ ତମିଶା ନାମରେ ଉକ୍ତ ପିଆଇଓଙ୍କ ଫୋନ୍‌ ନମ୍ବର ସେଥିରେ ସେଭ୍‌ ହୋଇଥିବା ଦେଖାଯାଇଥିଲା। ସେ ଷ୍ଟିଲ୍‌ ପ୍ଲାଣ୍ଟର ସୁରକ୍ଷା ସମ୍ପର୍କିତ ଗୁପ୍ତ ତଥ୍ୟ ପାକିସ୍ତାନୀ ମହିଳାଙ୍କୁ ଯୋଗାଉଥିବା ସନ୍ଦେହ କରାଯାଉଛି। ଉକ୍ତ ନମ୍ବରକୁ ଫୋନ୍‌ରୁ ଡିଲିଟ କରିଦିଆଯାଇଥିବା ସିଆଇଏସ୍‌ଏଫ୍‌ ଇନ୍ସପେକ୍ଟର କହିଛନ୍ତି। ଅଧିକ ତଦନ୍ତ ପାଇଁ ଉକ୍ତ ମୋବାଇଲ ଫୋନ୍‌କୁ ସାଇବର ଫୋରେନ୍‌ସିକ ଲାବ୍‌କୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ପୂର୍ବରୁ ମିଶୋରେ ୮.୫ ଲକ୍ଷ ନୂଆ ନିଯୁକ୍ତି

ଭୁବନେଶ୍ୱର,୭।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ପାର୍ବଣ ପୂର୍ବରୁ ମିଶୋ ପ୍ରାୟ ୮.୫ ଲକ୍ଷ ନୂଆ ନିଯୁକ୍ତି (ଋତୁକାଳୀନ ଚାକିରି) ଦେବ...

ହୋଟେଲ ବାଥ୍‌ରୁମ୍‌ରେ ମହିଳାଙ୍କ ଭିଡିଓ କରୁଥିଲେ ଇଞ୍ଜିନିୟର, ପଡ଼ିଗଲେ ଧରା

ଭୁବନେଶ୍ୱର,୫ା୯: ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ଏକ ହୋଟେଲ ବାଥ୍‌ରୁମ୍‌ରେ ବୁଧବାର ଜଣେ ମହିଳା ଗାଧୋଉଥିବା ବେଳେ ଏହାର ଭିଡିଓ ଶୁଟ୍‌ କରି ଜଣେ...

ପ୍ୟାରିସ୍‌ ପାରାଲିମ୍ପିକ୍ସ: ଫାଇନାଲରେ ନୀତେଶ କୁମାର,ପଦକ ପକ୍କା କଲେ ମନୀଷା-ତୁଳସୀମତି

ପ୍ୟାରିସ୍‌,୧ା୯: ପ୍ୟାରିସ୍‌ରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୪ରେ ଭାରତୀୟ ପାରା ଶଟଲରଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ରବିବାର ଏସ୍‌ଏଲ୍‌ ୩ ବର୍ଗର ଫାଇନାଲରେ ପ୍ରବେଶ କରିବା...

ନରାକାସ୍‌ ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୩୦।୮ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରତିଷ୍ଠାନ ତଥା ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ୍‌/ବ୍ୟାଙ୍କ) ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ ଗୁରୁବାର ଭାରତୀୟ ଷ୍ଟେଟ...

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଇଡି ନିର୍ଦ୍ଦେଶକ

ଭୁବନେଶ୍ୱର,୨୭।୮(ସତ୍ୟଜିତ୍‌ ରାଉତ):ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିର୍ଦ୍ଦେଶକ ରାହୁଲ ନବୀନ। ଅଗଷ୍ଟ ୨୭ରୁ ୨୯ତାରିଖ ଯାଏ ସେ ଓଡ଼ିଶାରେ...

ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା: ସୁଜାତା ପାଣ୍ଡିଆନଙ୍କ ଭାଇର ପରିଚୟ ଦେଇ…

ମାଲକାନଗିରି,୨୬।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା । ଜିଲା ପରିଷଦ ସଦସ୍ୟା ସସ୍ମିତା ମାଝୀଙ୍କ ସହ ଅନ୍ୟ ୨ ଜଣଙ୍କ...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର,୨୫।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏନେଇ ପାଣିପାଗ...

ବିରାଟ ଗଛ ପାଇଲା ନୂଆ ରୂପ

ଭର୍ଜିନିଆର ୧୦୦ ଏକରବିଶିଷ୍ଟ ଆର୍ଟ ଆଣ୍ଡ ନେଚର ପାର୍କରେ ଦେଖିବାକୁ ମିଳେ ଏକ ଅଜବ ଦୃଶ୍ୟ। ପ୍ରକୃତି ଓ କଳା କାରିଗରିର ଅଦ୍ଭୁତ ମିଶ୍ରଣ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri