ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଦିଲ୍ଲୀରେ ଏମ୍‌ପିଙ୍କୁ ଭେଟିଲା ନାଗରିକ ମଞ୍ଚ

କେସିଙ୍ଗା,୧୯ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ସ୍ଥାନୀୟ ସଚେତନ ନାଗରିକ ମଞ୍ଚ ଦିଲ୍ଲୀ ଗସ୍ତ କରି ଲୋକ ସଭା ଓ ରାଜ୍ୟ ସଭା ଏମ୍‌ପିଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ସହରରେ ଥିବା ସର୍ବପୁରାତନ ରେଲଓ୍ବେ ଷ୍ଟେଶନ ଥିଲେ ମଧ୍ୟ ସିଧାସଳଖ ଭାବେ ରାଜଧାନୀ ଭୁବନେଶ୍ୱରକୁ ଯିବା ପାଇଁ ରେଳ ସୁବିଧା ନଥିବା ବେଳେ ଅଞ୍ଚଳର ଲୋକେ ରାଜଧାନୀ ଭୁବନେଶ୍ୱରକୁ ଟ୍ରେନ୍‌ ଯୋଗେ ଯିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯାହାକୁ ନେଇ ଅଞ୍ଚଳବାସୀଙ୍କ ମନରେ ଦୀର୍ଘ ଦିନ ହେଲା ଅସନ୍ତୋଷ ପ୍ରକାଶ ପାଇ ଆସୁଛ। ସେହିପରି ସହରରେ ରେଲଓ୍ବେ ଓଭର ବ୍ରିଜ୍‌ ରାସ୍ତା ନିର୍ମାଣ କାମ ଚାଲିଥିବା ବେଳେ ସହର ମଧ୍ୟରେ ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଏକ ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ମଧ୍ୟ ବିଭିନ୍ନ ମହଲରେ ଦାବି ହେଉଛି। ଏହି ଦୁଇଟି ମୁଖ୍ୟ ପ୍ରସଙ୍ଗକୁ ନେଇ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଦୀର୍ଘଦିନ ହେଲା ସରକାରଙ୍କଠାରେ ଦାବି ଉପସ୍ଥାପନ ହୋଇଆସୁଛି। ଉପରୋକ୍ତ ଦାବିକୁ ନେଇ କଳାହାଣ୍ଡି ଲୋକ ସଭା ସଂସଦୀୟ କ୍ଷେତ୍ରର ଏମ୍‌ପି ମାଳବିକା ଦେଓ ଏବଂ ରାଜ୍ୟ ସଭା ଏମ୍‌ପି ସୁଜିତ କୁମାରଙ୍କ ଜରିଆରେ କେନ୍ଦ୍ର ସରକାରଙ୍କରଠାରେ ଦାବି ଉପସ୍ଥାପନ କରିବା ପାଇଁ ସଚେତନ ନାଗରିକ ମଞ୍ଚର ଏକ ୭ ଜଣିଆ ପ୍ରତିନିଧି ଦଳ ଦିଲ୍ଲୀ ଗସ୍ତ କରି ଉଭୟ ଏମ୍‌ପିଙ୍କୁ ଦିଲ୍ଲୀରେ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିବା ସହିତ ସମାଧାନ ନିମନ୍ତେ ଉକ୍ତ ସଂଗଠନ ସଦସ୍ୟମାନେ ଦାବିପତ୍ର ପ୍ରଦାନ କରି ପ୍ରତ୍ୟାବର୍ତ୍ତନ କରିଛନ୍ତି।
ସଚେତନ ନାଗରିକ ମଞ୍ଚର ସଭାପତି ଉତ୍ତର ମହଲାଙ୍କ ନେତୃତ୍ୱରେ ମଞ୍ଚର ଉପସଭାପତି ତଥା ପୂର୍ବତନ ନଗରପାଳ ରାମଜୀ ମାତଖଣ୍ଡିଆ, ପୂର୍ବତନ ଉପନଗରପାଳ ଗୋବିନ୍ଦ ବନଛୋର, ସାଧାରଣ ସମ୍ପାଦକ ଟିକେମନ ଦୀପ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାମଲାଲ ସୁନାମୀ, ବରିଷ୍ଠ ଖବର ଦାତା ଗଜିନ୍ଦ୍ର ସାହୁ ଓ ମଞ୍ଚର ସଦସ୍ୟ ବସନ୍ତ ନାଏକ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ କରିଥିଲେ। ପ୍ରଥମେ ରାଜ୍ୟ ସଭା ଏମ୍‌ପି ସୁଜିତ ଓ ଲୋକ ସଭା ଏମ୍‌ପି ମାଳବିକା ଦେଓଙ୍କୁ ମଧ୍ୟ ସାକ୍ଷାତ କରି ଉପରୋକ୍ତ ପ୍ରସଙ୍ଗ ଉପରେ ଆଲୋଚନା କରି ଦାବି ଉପସ୍ଥାପନ କରିଛନ୍ତି। ଏମ୍‌ପି ଉପରୋକ୍ତ ଦାବିଗୁଡ଼ିକ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri