Posted inଜାତୀୟ

ପୁଣି ମଣିପୁରରେ ସଂଘର୍ଷ: ଲାଗିଲା କର୍ଫ୍ୟୁ

ଇମ୍ଫାଲ,୨୨।୫: କିଛି ଦିନର ଶାନ୍ତି ପରେ ପୁଣି ମଣିପୁରରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି। ରାଜଧାନୀ ଇମ୍ଫାଲର କିଛି ସ୍ଥାନରେ ସୋମବାର ଆଦିବାସୀ ଏବଂ ଅଣଆଦିବାସୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏନେଇ କେତେକ ସ୍ଥାନରେ ପୋଡା ଜଳା ଏବଂ ଭଙ୍ଗାରୁଜା ମଧ୍ୟ ହୋଇଛି। ସ୍ଥତିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅଞ୍ଚଳରେ ଯବାନଙ୍କୁ ମୁତୟନ କରାଯାଇଛି। ଏପରିକି କେତେକ ସମ୍ବେଦନଶୀଳ ସ୍ଥାନରେ କର୍ଫ୍ୟୁ ଲାଗୁ କରାଯାଇଛି।

ମିଳିଥିବା ସୂଚନା ମୁତାବକ, ୨ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ନ୍ୟୁଚେକୋନରେ ଉତ୍ତେଜନା ଦେଖାଦେବା ସହ ମାର୍‌ପିଟ ହୋଇଛି। ସ୍ଥାନୀୟ ମାର୍କେଟରେ ସ୍ଥାନ ସଂରକ୍ଷଣକୁ ନେଇ ଏହି ସଂଘର୍ଷ ଘଟିଥିବା ସୂଚନା ମିଳିଛି। ସଂଘର୍ଷ ପରେ ଦୁଇ ସମ୍ପ୍ରଦାୟ ଲୋକ ପରସ୍ପରର ଦୋକାନରେ ନିଆଁ ଲଗାଇ ଦେଇଥିଲେ। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପୂର୍ଣ୍ଣ ସ୍ଥିତି ସୃଷ୍ଟି ହୋଇଥିଲା। ପ୍ରଶାସନ ପକ୍ଷରୁ ଅଞ୍ଚଳରେ ଫୋର୍ସ ମୁତୟନ କରାଯିବା ସହ ମଧ୍ୟାହ୍ନ ୧ଟାରୁ କର୍ଫ୍ୟୁ ଲାଗୁ କରାଯାଇଛି। କର୍ଫ୍ୟୁ ଲାଗୁ ହେବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଫ୍ଲାଗମାର୍ଚ୍ଚ ଆରମ୍ଭ ହୋଇଛି। ଏପରିକି ଲୋକଙ୍କୁ ଘରେ ରହିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି।

ଚଳିତ ମାସ ଆରମ୍ଭରେ ମଣିପୁରରେ ଆଦିବାସୀ ଓ ଅଣ ଆଦିବାସୀ ଲୋକଙ୍କ ମଧ୍ୟରେ ସଂଘର୍ଷ ସୃଷ୍ଟି ହୋଇ ରାଜ୍ୟସାରା ବ୍ୟାପି ଯାଇଥିଲା। ଏଥିରେ ୭୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ମଣିପୁରରେ ଯବାନଙ୍କୁ ମୃତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବକ୍‌ଫ କମିଟି ବୈଠକ ଅଧାରୁ ପଳାଇଲେ ବିରୋଧୀ

ନୂଆଦିଲ୍ଲୀ,୨୮ା୧୦: ଦିଲ୍ଲୀ ଓ୍ବକ୍‌ଫ ବୋର୍ଡ ରିପୋର୍ଟକୁ ବିରୋଧ କରି ବିରୋଧୀ ସଦସ୍ୟମାନେ ସୋମବାର ଓ୍ବକ୍‌ଫ ବିଲ୍‌ ବୈଠକରୁ ଉଠିଯାଇଥିଲେ। ଯୁଗ୍ମ ସଂସଦୀୟ କମିଟି ଅଧ୍ୟକ୍ଷ ତଥା...

ଏତିକି ଟଙ୍କା ପାଇଁ ସ୍ବାମୀଙ୍କୁ ମାରି ଦେଲେ ସ୍ତ୍ରୀ: ଆଉ ତା’ପରେ ମୃତଦେହ ନେଇ..

ବେଙ୍ଗାଲୁରୁ ,୨୮ା୧୦:କର୍ନାଟକର କୋଡାଗୁ ଜିଲା ଅନ୍ତର୍ଗତ ଏକ କଫି ବଗିଚାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ୩ ସପ୍ତାହ ପୂର୍ବରୁ ମିଳିଥିଲା। ପୋଲିସ ଏହା ଉପରେ...

ଉଦ୍ଧବ ଠାକରେଙ୍କୁ ବଡ଼ ଝଟ୍‌କା: ଟିକେଟ୍‌ ମିଳିବା ପରେ ନାଁ ପ୍ରତ୍ୟାହାର କଲେ ପ୍ରାର୍ଥୀ: ଏବେ ଏକନାଥ ଶିନ୍ଦେଙ୍କୁ ସମର୍ଥନ

ପୁଣେ,୨୮।୧୦: ମହାରାଷ୍ଟ୍ରରେ ନିର୍ବାଚନ ତାତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସମ୍ଭାଜିନଗର ସେଣ୍ଟ୍ରାଲରୁ ଉଦ୍ଧବ ଠାକରେଙ୍କ ଦଳର ପ୍ରାର୍ଥୀ ତାଙ୍କ ନାମ ପ୍ରତ୍ୟାହାର...

ଭଙ୍ଗା-ଗଢା ରାଜନୀତି କରୁଛି ଭାଜପା: ସଞ୍ଜୟ ରାଉତ

ମୁମ୍ବାଇ,୨୮।୧୦: ଶିବସେନାର ରାଜ୍ୟ ସଭା ଏମପି (ଉଦ୍ଧବ ବାଲାସାହେବ ଠାକରେ) ଏବଂ ଦଳର ମୁଖପାତ୍ର ସଞ୍ଜୟ ରାଉତ ଅଭିଯୋଗ କରିଛନ୍ତି ଯେ ବିଭିନ୍ନ ଦଳ ଭାଙ୍ଗି...

ସ୍ପେନିସ ଫୁଟବଲକୁ ନେଇ ଏମିତି କହିଲେ ମୋଦି

ବଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ସୋମବାର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ ସିଷ୍ଟମ ଲିମିଟେଡ କ୍ୟାମ୍ପସରେ C-295 ବିମାନ ଉତ୍ପାଦନ...

ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!

ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି...

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ...

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri