ସୁନ୍ଦରଗଡ ସଡକ ଦୁର୍ଘଟଣାରେ ମୃତକଙ୍କ ପରିବାରଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭/୧୨: ରବିବାର ସୁନ୍ଦରଗଡ ଜିଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲାର ବୋଲି ଜଣାପଡିଛି।

Share