ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ଚିର ଋଣୀ। ଗତ ଆଠ ମାସ ହେଲା କୋଭିଡ୍‌ ଯୋଗୁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି। ତେଣୁ ଆସନ୍ତକାଲି ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା, ରକ୍ତଦାନ କରିବା ଏବଂ ପ୍ଲାଜ୍‌ମା ଦାନ ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

Share