CM kisan yojana: ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ ସିଏମ କିଷାନ ଟଙ୍କା : ଜାଣନ୍ତୁ କେତେ

ଭୁବନେଶ୍ୱର,୮।୯: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ । ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ କୃଷି ବିଭାଗ ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି।

ଅନ୍ୟପକ୍ଷେ.,
ନୂଆଁଖାଇ ଅବସରରେ ସମ୍ବଲପୁର ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ। ଅପରାହନ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମ୍ବଲପୁର ଯିବେ। ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ଅଡିଟୋରିୟମରେ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିବେ।

ପରେ ମା’ ସମଲେଇଙ୍କ ଦର୍ଶନ କରିବା ସହ ଏକାଧିକ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ। ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ସିଏମଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ା ହେବା ସହ ସ୍ବତନ୍ତ୍ର ଆୟୋଜନ ହୋଇଛି।ଚାଷୀଙ୍କୁ ଏହି ଆର୍ଥିକ ସହୟତା ଯୋଗାଇ ଦେବା ଲାଗି ରାଜ୍ୟ ସରକାର ୧୯ଶହ ୩୫ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି।

ପୂର୍ବରୁ ବିଜେଡି ସରକାର ଚାଷୀଙ୍କୁ କାଳିଆ ଯୋଜନାରେ ଆର୍ଥିକ ସହାୟତା ଯୋଗାଇ ଦେଉଥିଲା।

Share