ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ୍ ରୋହିଦାସ୍‌ଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୮: ପ୍ୟାରିସ୍‌ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଅମିତ୍‌ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍‌ଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅମିତ୍‌ଙ୍କର ଭୂୟସୀ ପ୍ରଶଂସା କରି ତାଙ୍କୁ ଓଡିଶାର ଗର୍ବ ଓ ଗୌରବ ବୋଲି ଅଭିହିତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅମିତ୍‌ ହେଉଛନ୍ତି ଓଡିଆ ଅସ୍ମିତାର ପ୍ରକୃତ ପରିଚୟ। ଆମ ଓଡିଆ ଅସ୍ମିତାକୁ ସେ ବିଶ୍ୱ ଦରବାରରେ ପହଞ୍ଚାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ହେଉଛି ଏକ ପବିତ୍ର ଦିନ। ଆଗାମୀ ଅଲମ୍ପିକ୍ସ ପାଇଁ ସଂକଳ୍ପର ଦିନ। ସାଢେ ଚାରି କୋଟି ଓଡିଶାବାସୀଙ୍କ ଶୁଭେଚ୍ଛା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ୨୦୨୮ ଲସ୍ ଏଞ୍ଜେଲେସ୍ ଅଲମ୍ପିକ୍ସରେ ଆମେ ସ୍ୱର୍ଣ୍ଣ ପଦକ ହାସଲ କରିବୁ ବୋଲି ଆଶାବ୍ୟକ୍ତ କରିଥିଲେ। ଭାରତୀୟ ହକି ଦଳକୁ ଓଡିଶାର ସ୍ପନ୍‌ସର୍‌ସିପ୍ ୨୦୩୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ସେ କହିଥିଲେ।

ଅମିତ୍‌ଙ୍କ ହକି ଯାତ୍ରାର ସଫଳ କହାଣୀ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହକିର ଗଡ ଭାବେ ପରିଚିତ ସୁନ୍ଦରଗଡର ସଉନାମରା ଗାଁରେ ଅମିତ୍ ଜନ୍ମ ଗ୍ରହଣ କରିଥିଲେ। ଗାଁ ମାଟିରୁ ପାନ୍‌ପୋଷ ହଷ୍ଟେଲ ଓ ପାନ୍‌ପୋଷ ହଷ୍ଟେଲରୁ ଭାରତୀୟ ହକି ଦଳ ପର୍ଯ୍ୟନ୍ତ ତାଙ୍କର ଯାତ୍ରା ଅତ୍ୟନ୍ତ ଗୌରବମୟ। ୨୦୧୭ରୁ ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତିକ ହକି ପ୍ରତିଯୋଗିତାରେ ଭାରତୀୟ ଦଳର ବିଜୟରେ ସେ ପ୍ରମୁଖ ଭୂମିକା ଗ୍ରହଣ କରି ଆସୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ଅମିତ୍‌ ରୋହିଦାସ୍‌ କହିଥିଲେ ଯେ ଓଡିଶାରେ ପହଞ୍ଚିବା ପାଇଁ ତାଙ୍କ ହୃଦୟ ବ୍ୟାକୁଳ ଥିଲା। ତେଣୁ ଭୁବନେଶ୍ୱର ପହଞ୍ଚି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେ ବହୁତ ଖୁସି। ୫୨ ବର୍ଷ ପରେ ଆମେ (ଭାରତୀୟ ହକି ଦଳ) ଅଲମ୍ପିକ୍ସରେ ଲଗାତାର ପଦକ ଜିତି ରେକର୍ଡ ଭାଙ୍ଗିଛୁ ବୋଲି ସେ କହିଥିଲେ। ଓଡିଶା ଓ ଦେଶର କୋଟି କୋଟି କ୍ରୀଡାପ୍ରେମୀମାନଙ୍କ ଶୁଭେଚ୍ଛା ପାଇଁ ସେ ଧନ୍ୟବାଦ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କୁ ସେ ଅଲମ୍ପିକ୍ସର ଜର୍ସି ଓ ମାସ୍କଟ ଉପହାର ଦେଇଥିଲେ। ସେହି ଜର୍ସିରେ ଭାରତୀୟ ଦଳର ସବୁ ଖେଳାଳୀମାନଙ୍କର ଦସ୍ତଖତ ରହିଛି। ଏହି ଜର୍ସି ନିଶ୍ଚିତ ଭାବେ ଓଡିଶାର ସବୁ ହକି ଖେଳାଳୀଙ୍କୁ ପ୍ରେରଣା ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri