ଭୁବନେଶ୍ୱର,୨୪ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୭ତାରିଖ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ସାଧାରଣ ପରିଷଦ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ଜଣାପଡିଛି ।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଆସନ୍ତା ଶୁକ୍ରବାର ଦିଲ୍ଲୀ ଗସ୍ତରେ ଯିବେ । ଏହି ଗସ୍ତ ଅବସରରେ ସେ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି ।