ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦୦ କୋଟି ଟଙ୍କା

ଭୁବନେଶ୍ୱର,୬।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜଧାନୀର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳରେ କରାଯାଉଥିବା ଏହି ଭବନ ଆଦିବାସୀ କଳା, ସଂସ୍କୃତି ଓ ବିକାଶର ବିଚାରବିମର୍ଶ, ବୈଠକ, ସମ୍ମିଳନୀ ଓ ପ୍ରଦର୍ଶନ ପାଇଁ ଏକ ବହୁମୁଖୀ କେନ୍ଦ୍ର ଭାବେ ପରିଗଣିତ ହେବ।

ରାଜ୍ୟର ଆଦିବାସୀ ଲୋକଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ଭବନ ନବୀନ ଓଡ଼ିଶା ସଶକ୍ତ ଓଡ଼ିଶାର ପରିକଳ୍ପନାକୁ ସାକାର କରିବା ଦିଗରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅନୁଯାୟୀ, ଏହି ପ୍ରସ୍ତାବିତ ଭବନର ଆବଶ୍ୟକତା ବିଷୟରେ ବିଭିନ୍ନ ଜନଜାତି ଗୋଷ୍ଠୀ ପକ୍ଷରୁ 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହା କାର୍ଯ୍ୟକ୍ଷମ ହେଲେ ଆଦିମ ଜନଜାତି ସମେତ ୬୪ଟି ଅନୁସୂଚିତ ଜନଜାତି ବର୍ଗର ଆଦିବାସୀ ଲୋକ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri