୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ୧୭୨୨ ବସ୍ତିବାସିନ୍ଦାଙ୍କୁ ମିଳିଲା ଘର

ଭୁବନେଶ୍ବର,୨୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ବସ୍ତିବାସିନ୍ଦାଙ୍କ ପାଇଁ ୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ, ସତ୍ୟନଗର ଶାନ୍ତିପଲ୍ଲି ଓ ସୁବୁଦ୍ଧିପୁରରେ ରହିଛି। ଏହି ସବୁ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ହିତାଧିକାରୀମାନଙ୍କୁ ନୂଆ ଘରର ଚାବି ହସ୍ତାନ୍ତର କରିଛନ୍ତି। ଏହି ୩ଟି ପ୍ରକଳ୍ପରେ ସମୁଦାୟ ୧୭୨୨ ଜଣ ହିତାଧିକାରୀ ଘର ପାଇଛନ୍ତି। ଏହି ସମସ୍ତ ପ୍ରକଳ୍ପ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ବାରା ନିର୍ମାଣ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହରର ବିକାଶରେ ବସ୍ତିଲୋକଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକ ମାନଙ୍କୁ ନୂଆ ଘର ଭଲ ଘର ଯୋଗାଇ ଦେଇ ସେ ବହୁତ ଖୁସି । ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖରପୁର ବୁଦ୍ଧବିହାର ଯାଇ ସେଠାରେ ସୁଲଭ ବାସଗୃହ ପ୍ରକଳ୍ପ ଉଦ୍‌ଘାଟନ କରିଥିଲେ।

ସହରାଞ୍ଚଳରେ ‘ସମସ୍ତଙ୍କ ପାଇଁ ଘର’ କାର୍ଯ୍ୟକ୍ରମରେ ଏହି ପ୍ରକଳ୍ପଟି ୫ ମହଲା ବିଶିଷ୍ଟ ଏବଂ ଏହା ୧୨ ଏକର ଜମିରେ ନିର୍ମାଣ କରାଯାଇଛି। ଏଥିରେ ୮୨୦ଟି ଘର ସମ୍ପୁର୍ଣ୍ଣ ହୋଇ ହିତାଧିକାରୀମାନଙ୍କୁ ପ୍ରଦାନ କରାଯାଉଛି । ଆର୍ଥିକ ଅନଗ୍ରସର ବର୍ଗର ଲୋକଙ୍କ ପାଇଁ ସମୁଦାୟ ୨୬୦୦ଟି ଘର ନିର୍ମାଣର ଲକ୍ଷ୍ୟ ରଖାଯାଇଛି। ଏହି ସବୁ ପ୍ରକଳ୍ପ ପାଇଁ ପାନୀୟ ଜଳଯୋଗାଣ, ଡ୍ରେନେଜ୍ ବ୍ୟବସ୍ଥା, ସ୍ୱେରେଜ୍ ବ୍ୟବସ୍ଥା, ରାସ୍ତା ଆଲୋକୀକରଣ, ଦୋକାନ ଘର ସହିତ ପାଠାଗାର, ରିଡିଙ୍ଗ ରୁମ୍, ଡିସ୍‌ପେନ୍‌ସରି ଆଦି ଅନେକ ସୁବିଧାର ବ୍ୟବସ୍ଥା କରାଯାଇଛି। ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଗୃହ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ, ଡେପୁଟି ମେୟର, ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଓ ବରିଷ୍ଠ ପଦାଧିକାରୀମାନେ ଉଭୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri