ସିଏମ୍‌ସି ପାଇଁ ୧୦ କୋଟି ମଞ୍ଜୁର

ଭୁବନେଶ୍ୱର,୩।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କଟକ ମହାନଗର ନିଗମ(ସିଏମ୍‌ସି) ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଏହି ଟଙ୍କା ପ୍ରଦାନ କରାଯିବ। କୋଭିଡ ପରିଚାଳନା ପାଇଁ ଏହି ଟଙ୍କା ଦିଆଯାଇଛି। କଟକରେ କରୋନା ସଂକ୍ରମଣ ବଢୁଥିବା ଦେଖି ମୁଖ୍ୟମନ୍ତ୍ରୀ ଏପରି ନିଷ୍ପତ୍ତି ନେଇଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କରିଥିଲେ।

Share