ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍‍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୩: ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍‍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ମୋଟାମୋଟି ଭାବେ ଶାନ୍ତିପୂର୍ଣ୍ଣ ଅଛି। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସାମ୍ପ୍ରଦାୟିକ ସଦଭାବ ବଜାୟ ରହିଛି। ସମୟୋପଯୋଗୀ ଗୁଇନ୍ଦା ତଥ୍ୟ ଏବଂ ପୋଲିସର ଆଗୁଆ ଓ ଦୃଢ କାର୍ଯ୍ୟାନୁଷ୍ଠାନ ଫଳରେ କୌଣସି ଗୁରୁତ୍ଵପୂର୍ଣ୍ଣ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜି ନାହିଁ।”

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ରାଜ୍ୟରେ ଅପରାଧ ନିରାକରଣ, ସାଇବର ଅପରାଧ ନିୟନ୍ତ୍ରଣ, ଅପରାଧ ଅନୁସନ୍ଧାନ କ୍ଷେତ୍ରରେ ବୈଷୟିକ ବିଦ୍ୟାର ପ୍ରୟୋଗୀକରଣ, ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥାର ଆଧୂନିକୀକରଣ, ଅପରାଧ ଅନୁଶୀଳନ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତ୍ତାର ପ୍ରୟୋଗ, Anti drone technology centre of cyber excellency ସ୍ଥାପନ ଆଦି ବ୍ୟବସ୍ଥାର ଉପଯୋଗ କରି ପୋଲିସକୁ ଆଧୁନିକ ଏବଂ ବୈଷୟିକ କୌଶଳଯୁକ୍ତ କରିବା ପାଇଁ ଆମ ସରକାର ସମସ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି ଏବଂ ଏହି ବଜେଟରେ ଏଥିପାଇଁ ବ୍ୟୟ ବରାଦ କରିଛନ୍ତି।

ବିକଶିତ ଭାରତ ଓ ବିକଶିତ ଓଡିଶାର ସଂକଳ୍ପକୁ ସାକାର କରିବାରେ ଗୃହ ବିଭାଗର ଭୂମିକା ଗୁରୁତ୍ଵପୂର୍ଣ୍ଣ। ଏକ ସୁଦୃଢ ଆଇନ ଶୃଙ୍ଖଳା ବ୍ୟବସ୍ଥା ରାଜ୍ୟର ଦ୍ରୁତ ଶିଳ୍ପାୟନ ଓ ସର୍ବବିଧ ବିକାଶ ପାଇଁ ନିତାନ୍ତ ଆବଶ୍ୟକ। ମହିଳା, ଶିଶୁ, ଦୁର୍ବଳ ଓ ଅନ୍ୟାନ୍ୟ ପଛୁଆ ବର୍ଗଙ୍କ ସୁରକ୍ଷା ସରକାରଙ୍କ ପ୍ରାଥମିକତା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri