ରାଞ୍ଚି,୯।୨: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚା ମୁଖ୍ୟ ଶିବୁ ସୋରେନ ଗୁରୁବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶ୍ୱାସକ୍ରିୟାରେ ଅସୁବିଧା ହେବାରୁ ତାଙ୍କୁ ରାଞ୍ଚିର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ଡାକ୍ତରୀ ଟିମ୍ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ଚିକିତ୍ସା ଆରମ୍ଭ କରିଛନ୍ତି।
ଶିବୁ ସୋରେନ ୨୦୦୫ରେ ପ୍ରଥମେ ମୁଖ୍ୟମନ୍ତ୍ରୀ ହୋଇଥିଲେ ହେଲେ ବିଧାନସଭାରେ ସଂଖ୍ୟାଗରିଷ୍ଠତା ହାସଲ କରିବାରେ ବିଫଳ ହେବାରୁ ତାଙ୍କୁ କାର୍ଯ୍ୟଭାର ଗ୍ରହଣ କରିବାର ୯ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିଥିଲା। ପରେ ସେ ପୁନର୍ବାର ନିର୍ବାଚିତ ହୋଇ ୨୦୦୮ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ।