Categories: ରାଜ୍ୟ

ରାଜ୍ୟବାସୀଙ୍କୁ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଗୁରୁବାର ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ଭିଡିଓ ଟୁଇଟ୍‌ କରି ‘ସମସ୍ତଙ୍କୁ ମୋର ଆନ୍ତରିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଚଳିତ ବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଏବଂ ସମୃଦ୍ଧିର ବର୍ଷ ହେଉ’ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।