Posted inଖେଳ

କୋହଲିଙ୍କ ଫର୍ମଙ୍କୁ ନେଇ ଏମିତି କହିଦେଲେ କୋଚ ରାହୁଲ ଦ୍ରାବିଡ

ଗୁଏନା,୨୮।୬: ଟି-୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ୬୮ ରନ ବିଜୟ ସହ ଫାଇନାଲରେ ପ୍ରବେଶ କରିଛି। ବର୍ତ୍ତମାନ ଜୁନ ୨୯ରେ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ ଭେଟିବ। ଭାରତ ତୃତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ଏହାପୂର୍ବରୁ ୨୦୦୭ ଏବଂ ୨୦୧୪ ରେ ଭାରତୀୟ ଦଳ ଫାଇନାଲ ମ୍ୟାଚ ଖେଳିଥିଲା। ଏହି ସମୟ ମଧ୍ୟରେ ମହେନ୍ଦ୍ର ସିଂ ଧୋନୀ ଟିମ ଇଣ୍ଡିଆର ଅଧିନାୟକ ଥିଲେ। ଯଦିଓ ଭାରତ ଫାଇନାଲ୍‌ରେ ପ୍ରବେଶ କରିଛି, କିନ୍ତୁ ବିରାଟ କୋହଲିଙ୍କ ଫର୍ମ ଦଳକୁ ଚିନ୍ତାରେ ପକାଇଛି।
ଏହି ବିଜୟ ପରେ ଟିମ ଇଣ୍ଡିଆର ମୁଖ୍ୟ କୋଚ ରାହୁଲ ଦ୍ରାବିଡ ବିରାଟ କୋହଲିଙ୍କ ଫର୍ମକୁ ନେଇ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସେ ଟି-୨୦ରେ ସର୍ବଶ୍ରେଷ୍ଠ କରିବାକୁ ଚେଷ୍ଟା କରୁଛନ୍ତି। ଯେତେବେଳେ ଜଣେ କ୍ରିକେଟର୍‌ ପ୍ରତିଯୋଗିତାମୂଳ କ୍ରିକେଟ ଖେଳନ୍ତି, ବେଳେବେଳେ ନିଜ ଯୋଜନାରେ ସଫଳ ହୋଇପାରନ୍ତି ନାହିଁ। କୋହଲିଙ୍କ ସହ ତାହା ହିଁ ଘଟିଛି। ସେ ଟି-୨୦ରେ ସର୍ବଶ୍ରେଷ୍ଠ କରିବାକୁ ଚେଷ୍ଟା କରୁଛନ୍ତି। ମୁଁ ଭାବୁଛି ତାଙ୍କ ବ୍ୟାଟରୁ ଖୁବଶୀଘ୍ର ଏକ ବଡ ଇନିଂସ ଆସିବ। ମୁଁ ତାଙ୍କ ମନୋଭାବକୁ ବହୁତ ପସନ୍ଦ କରେ। ମୁଁ ଆଶା କରୁଛି ସେ ଫାଇନାଲ୍‌ ଭଲ ଖେଳିବେ।
ମ୍ୟାଚ ପରେ ବିରାଟଙ୍କ ଫର୍ମ ବିଷୟରେ ପ୍ରଶ୍ନ ପଚାରିଥିଲେ, ଅଧିନାୟକ ରୋହିତ କହିଛନ୍ତି – କୋହଲି ଜଣେ ଗୁଣାତ୍ମକ ଖେଳାଳି। ଯେକୌଣସି ଖେଳାଳି ଏହି ପର୍ଯ୍ୟାୟ ଦେଇ ଯାଇପାରିବେ। ଯେତେବେଳେ ଆପଣ ୧୫ ବର୍ଷ ଧରି କ୍ରିକେଟ ଖେଳିଛନ୍ତି, ଫର୍ମ କଦାପି ସମସ୍ୟା ନୁହେଁ। ସେ ଭଲ ଲୟରେ ଅଛନ୍ତି। ଫାଇନାଲ ପାଇଁ ଆମେ କୋହଲିଙ୍କୁ ସମ୍ପୂର୍ଣ୍ଣ ଭାବେ ସମର୍ଥନ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri