Posted inଜାତୀୟ

କୋଚିଂ ସେଣ୍ଟରଗୁଡିକ ପାଲଟିଗଲାଣି ଡେଥ୍‌ ଚାମ୍ବର:ସୁପ୍ରିମକୋର୍ଟଙ୍କ କଡ଼ା ଟିପ୍ପଣୀ

ନୂଆଦିଲ୍ଲୀ,୫।୮: ଦିଲ୍ଲୀ କୋଚିଂ ସେଣ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଛାତ୍ରୀଛାତ୍ରଙ୍କ ମାମଲା ସୁପ୍ରିମକୋର୍ଟ ସୋମବାର କଡ଼ା ମନୋଭାବ ଦେଖାଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଶୁଣାଣି ସମୟରେ କୋର୍ଟ କହିଛନ୍ତି, ଦେଶର ବିଭିନ୍ନ ପ୍ରାନ୍ତରୁ ଆସୁଥିବା ଛାତ୍ରଛାତ୍ରୀଙ୍କ ଜୀବନ ସହ କୋଚିଂ ସେଣ୍ଟର ଖେଳୁଛି। କୋଚିଂ ପ୍ରତିଷ୍ଠାନଗୁଡିକରେ ଅଗ୍ନି ନିରାପତ୍ତା ନିୟମ ପାଳନ କରିବା ସମ୍ପର୍କରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ କୋଚିଂ ସେଣ୍ଟର ଫେଡେରେସନ ସୁପ୍ରିମକୋର୍ଟରେ ପହଞ୍ଚିଥିଲା।
ଫେଡେରେଶନର ଆବେଦନ ଉପରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରି କୋର୍ଟ ଏହା ଉପରେ ୧ ଲକ୍ଷ ଟଙ୍କା କ୍ଷତିପୂରଣ ମଧ୍ୟ ଦେଇଛନ୍ତି। ସୁପ୍ରିମକୋର୍ଟ ଏକ ଦୃଢ ମନ୍ତବ୍ୟ ଦେଇ କହିଛନ୍ତି, କୋଚିଂ ସେଣ୍ଟରଗୁଡିକ ଡେଥ୍‌ ଚାମ୍ବର ପରିଣତ ହୋଇଛି। ଏହାକୁ କେବଳ ଅନଲାଇନରେ ଚଳାଇବା ଭଲ ହେବ।
ଦେଶର ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି, ଦିଲ୍ଲୀର ପୁରୁଣା ରାଜେନ୍ଦ୍ର ନଗରରେ ଘଟିଥିବା ଏହି ଘଟଣା ଆଖି ଖୋଲିଦେବା ଭଳି।
ଜଷ୍ଟିସ ସୂର୍ଯ୍ୟ କାନ୍ତଙ୍କ ନେତୃତ୍ୱରେ ଏକ ବେଞ୍ଚ କହିଛନ୍ତି, ଦିଲ୍ଲୀ ସରକାର କିମ୍ବା କେନ୍ଦ୍ର ସରକାର ଏପର୍ଯ୍ୟନ୍ତ କ’ଣ ପ୍ରଭାବଶାଳୀ ପଦକ୍ଷେପ ଗ୍ରହଣ କରିଛନ୍ତି ତାହା ଆମେ ଜାଣି ନାହୁଁ। କୋଚିଂ ସେଣ୍ଟରରେ ପଢୁଥିବା କିଛି ଛାତ୍ରଙ୍କ ଜୀବନହାନୀ ହେବା ଦୁର୍ଭାଗ୍ୟଜନକ ଘଟଣା ଘଟିଛି। ଏହି ଘଟଣା ସମସ୍ତଙ୍କ ପାଇଁ ଆଖି ଖୋଲିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ...

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ...

ବର୍ଷକୁ ଦୁଇଟି ଗ୍ୟାସ ସିଲିଣ୍ଡର ମାଗଣା ମିଳିବ, ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୧।୯: ଜମ୍ମୁ କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଜମ୍ମୁରେ ପହଞ୍ଚିଛନ୍ତି। ଏହି ସମୟରେ...

ମିଛ ପ୍ରଚାର କରିବାରେ ଅମିତ ଶାହା ସବୁଠୁ ଆଗରେ: ଖାର୍ଗେ

ନୂଆଦିଲ୍ଲୀ, ୨୧।୯: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଜମ୍ମୁରେ ପହଞ୍ଚିଛନ୍ତି। ସେ ଜମ୍ମୁ କଶ୍ମୀରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଦଳର ପ୍ରାର୍ଥୀ ତାରା ଚାନ୍ଦଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri