Posted inଖେଳ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କଫି ଟେବୁଲ ବୁକ୍‌ ଉନ୍ମୋଚିତ

ଭୁବନେଶ୍ୱର, ୨।୩ (ତପନ ସ୍ବାଇଁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ-୨୦୨୩ କଫି ଟେବୁଲ ବୁକ୍‌ ଉନ୍ମୋଚନ କରିଛନ୍ତି। ଅଗ୍ରଣୀ ସ୍ପୋଟର୍‌ସ ମାଗାଜିନ ସ୍ପୋର୍ଟଷ୍ଟାର ଏହି ବହିର ପ୍ରକାଶକ। ଓଡ଼ିଶା କିପରି ଏହି ବିଶ୍ୱକପ୍‌କୁ ସଫଳତାର ସହ ଆୟୋଜନ କରି ସ୍ମରଣୀୟ କରିଛି ଏବଂ ରାଉରକେଲା ଓ ଭୁବନେଶ୍ୱର ଦୁଇ ଭେନ୍ୟୁର ରୂପାନ୍ତରଣ ଆଦି ଏଥିରେ ସ୍ଥାନ ପାଇଛି।

ପ୍ରକାଶଯୋଗ୍ୟ ଯେ, ଓଡ଼ିଶା କ୍ରମାଗତ ହକି ବିଶ୍ୱକପ୍‌ର ଦୁଇ ସଂସ୍କରଣ ବୃହତ୍‌ ଏବଂ ଆଡ଼ମ୍ବର ସହକାରେ ଆୟୋଜନ କରି ପୂର୍ବ ସଂସ୍କରଣଗୁଡ଼ିକୁ ପଛରେ ପକାଇ ଦେଇଥିଲା। ପୁସ୍ତକ ଉନ୍ମୋଚନ ଅବସରରେ ସ୍ପୋର୍ଟଷ୍ଟାର ସମ୍ପାଦକ ଆୟନ ସେନଗୁପ୍ତା, ଦି ହିନ୍ଦୁ ଗ୍ରୁପ୍‌ର ଉପସଭାପତି ଶ୍ରୀଧର ଅରନଲ୍ୟ ଏବଂ ରାଜ୍ୟ କ୍ରୀଡ଼ା ସଚିବ ଆର୍‌. ଭିନିଲ କ୍ରିଷ୍ଣା ପ୍ରମୁଖ ଉପସ୍ଥିତ ଥିଲେ।

କଫି ଟେବୁଲ ବୁକ୍‌ରେ ବିଶ୍ୱକପ୍‌ର ସମୃଦ୍ଧ ଐତିହ୍ୟ ସହ ସ୍ମରଣୀୟ ମୁହୂର୍ତ୍ତ, ଆଇକନିକ ଖେଳାଳି ଓ ଉତ୍ସାହୀ ଦର୍ଶକଙ୍କ ସମର୍ଥନ ସମ୍ପର୍କରେ ବର୍ଣ୍ଣନା ରହିଛି। ଚିତ୍ତାକର୍ଷକ ଫଟୋ ଏବଂ ଆକର୍ଷଣୀୟ ବର୍ଣ୍ଣନାଶୈଳୀ ଦ୍ୱାରା ଏହି ପୁସ୍ତକ ସମ୍ମାନଜନକ ବିଶ୍ୱକପ୍‌ର ଆବେଗ ସମ୍ପର୍କରେ ପାଠକମାନଙ୍କୁ ଭିନ୍ନ ଅନୁଭୂତି ପ୍ରଦାନ କରିବ। ୨୦୨୩ ପୁରୁଷ ହକି ବିଶ୍ୱକପ୍‌ ଅଭୂତପୂର୍ବ ସଫଳତା ଲାଭକରି ବାର୍ଷିକ କ୍ରୀଡ଼ା ଇତିହାସରେ ଅଲିଭାଦାଗ ସୃଷ୍ଟି କରିଥିଲା। ଏହି ପୁସ୍ତକ ଆଗାମୀ ଯୁବପିଢ଼ିଙ୍କୁ ନିଶ୍ଚିତ ଅନୁପ୍ରାଣିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri